ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦ ପ୍ରତିଶତ ହ୍ରାସ ପାଇଛି। ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୭୭ରୁ ୯କୁ ଖସିଛି। ୨୦୨୦ରେ ମଧ୍ୟ ଏହି ଧାରା ବଜାୟ ରହିଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ରାଜ୍ୟ ଆନ୍ତଃ-ବିଭାଗୀୟ ସମନ୍ବୟ ବୈଠକରୁ ଏହି ସୂଚନା ମିଳିଛି। ଚଳିତ ବର୍ଷ ସମ୍ଭାବ୍ୟ ମ୍ୟାଲେରିଆ ସଂକ୍ରମଣ ପ୍ରତିରୋଧ ନିମନ୍ତେ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟ ଶାସନ ସଚିବ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନରୁ ଡିଜିଟାଲ୍‌ ମୋଡ୍‌ରେ ଆୟୋଜିତ ଏହି ବୈଠକରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ମ୍ୟାଲେରିଆ ନିରାକରଣ ସମ୍ପର୍କିତ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ।
ଶିଳ୍ପାଞ୍ଚଳ, ଖଣିଖାଦାନ ଅଞ୍ଚଳ, ଦୁର୍ଗମ ଗ୍ରାମାଞ୍ଚଳରେ ମ୍ୟାଲେରିଆ ପ୍ରାଦୁର୍ଭାବ ଅଧିକ। ସମ୍ପକ୍ତ ଅଞ୍ଚଳରେ ଥିବା ଜନବସତି ଉପରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଏଥିସହ ସହରାଞ୍ଚଳର ସ୍ଥିର ଜଳାଶୟରେ ମଶାବଂଶ ନାଶକାରୀ ତେଲ ପକାଇବା, ବିଭିନ୍ନ ଜଳାଶୟ ଏବଂ ନାଳରେ ଜୀବାଣୁ ଖାଦକ ମାଛ ଛାଡ଼ିବା, ମଶା ବଂଶବୃଦ୍ଧି-ଚକ୍ର ଛିନ୍ନ କରିବା ଲାଗି ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଶିଳ୍ପାନୁଷ୍ଠାନଗୁଡ଼ିକ ସ୍ବତନ୍ତ୍ର ଜନସ୍ବାସ୍ଥ୍ୟ ୟୁନିଟ୍‌ ପ୍ରତିଷ୍ଠା କରିବା ସହ କର୍ମଚାରୀଙ୍କ ପରୀକ୍ଷଣ ଏବଂ ସମ୍ପୃକ୍ତ ଅଞ୍ଚଳରେ ମ୍ୟାଲେରିଆ ସଂକ୍ରମଣ ନିରୀକ୍ଷଣ ଜାରି ରଖିବାକୁ କୁହାଯାଇଛି। ବ୍ୟାପକ ଜନସଚେତନତା ସୃଷ୍ଟି କରିବା ଲାଗି ପ୍ରାୟ ୧୦ ହଜାର କଳାକାର ସଂଘ ଏବଂ ଲୋକକଳାକୁ ସାମିଲ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି।
ମ୍ୟାଲେରିଆ ସ୍ଥିତି ସମ୍ପର୍କରେ ସୂଚନା ଦେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ୨୦୧୬ରେ ୪.୪୪ ଲକ୍ଷ ମ୍ୟାଲେରିଆ ରୋଗୀ ଚିହ୍ନଟ ହୋଇଥିବା ବେଳେ ୭୭ ଜଣ ପ୍ରାଣ ହରାଇଥିଲେ। ୨୦୧୯ ବେଳକୁ ପଜିଟିଭ୍‌ ଏବଂ ମୃତ୍ୟୁ ସଂଖ୍ୟା ହ୍ରାସ ପାଇ ଯଥାକ୍ରମେ ୩୯,୫୫୬ ଏବଂ ୯ରେ ପହଞ୍ଚତ୍ଥିଲା। ୨୦୧୮ ଏବଂ ୨୦୧୯ ମଧ୍ୟରେ ସର୍ବଭାରତୀୟ ସଂକ୍ରମଣ ହାର ୧୭% କମିଥିବା ବେଳେ ଓଡ଼ିଶାରେ ୪୦% ହ୍ରାସ ପାଇଛି। ସେହିପରି ୨୦୧୬ରେ ବାର୍ଷିକ ପାରାସାଇଟ୍‌ ହାର ୮ ଜିଲାରେ ୧%ରୁ ତଳେ ରହିଥିଲା। ୨୦୧୯ ବେଳକୁ ୨୩ଟି ଜିଲାରେ ଏହା ୧%ରୁ ତଳେ ରହିଛି। ଏହିସବୁ ତଥ୍ୟ ଭିତ୍ତିରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଓଡ଼ିଶାରେ ମ୍ୟାଲେରିଆ ନିରାକରଣ କାର୍ଯ୍ୟଧାରାକୁ ଏକ ଉତ୍ତମ ପ୍ରମାଣିତ ବ୍ୟବସ୍ଥା (ବେଷ୍ଟ ପ୍ରାକ୍ଟିସ୍‌) ଭାବେ ବିଶ୍ୱ ମ୍ୟାଲେରିଆ ବିବରଣୀ-୨୦୨୦ରେ ସ୍ଥାନିତ କରିଛି। ସୂଚନାଯୋଗ୍ୟ, ସରକାର ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ (ଦମନ) ନାମକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ୨୦୧୮ରୁ ୨୦୨୦ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧୬,୦୮୮ ମ୍ୟାଲେରିଆ ନିରାକରଣ କ୍ୟାମ୍ପ୍‌ ଆୟୋଜନ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟରୁ ମିଳିଥିବା ପ୍ରାୟ ୧.୫୭ କୋଟି ଜୀବାଣୁନାଶକ ମଶାରି ବଣ୍ଟନ କରାଯାଇଛି। ପ୍ରାୟ ୨.୮କୋଟି ଲୋକଙ୍କୁ ମ୍ୟାଲେରିଆ ସଂକ୍ରମଣରୁ ସୁରକ୍ଷା ଦିଆଯାଇଛି। ୪୮,୪୫୫ ଆଶାକର୍ମୀଙ୍କୁ ମ୍ୟାଲେରିଆ ଚିହ୍ନଟ ଓ ଚିକିତ୍ସା ପରିଚାଳନା ବିଷୟରେ ତାଲିମ ଦିଆଯାଇ କାର୍ଯ୍ୟରେ ନିୟୋଜିତ କରାଯାଇଛି।
ଉନ୍ନୟନ କମିଶନର ପ୍ରଦୀପ ଜେନା, ଶିଳ୍ପ ବିଭାଗ ସଚିବ ହେମନ୍ତ ଶର୍ମା, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢ଼ୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ସଚିବ ଦେଓରଞ୍ଜନ କୁମାର ସିଂ, ଗୃହ ଓ ନଗର ଉନ୍ନୟନ ସଚିବ ଜି.ମାଥିଭାଥନନ୍‌, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?