‘ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବ ଓଡ଼ିଶା’

ଭୁବନେଶ୍ୱର,(ବ୍ୟୁରୋ): ସାମୁଦ୍ରିକ ପଣ୍ୟ କାରବାରରେ ଓଡ଼ିଶାର ଅପାର ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକବିଂଶ ଶତାବ୍ଦୀରେ ସର୍ବଶ୍ରେଷ୍ଠ ସାମୁଦ୍ରିକ ଅର୍ଥନୀତି ସହ ବାଣିଜ୍ୟ ବ୍ୟବସାୟ ମାଧ୍ୟମରେ ଏହା ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାଦ୍ୱାରା ରାଜ୍ୟରେ ବ୍ୟାପକ ନିଯୁକ୍ତି ସୃଷ୍ଟି ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବୁଧବାର ମାରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀର ସ୍ବତନ୍ତ୍ର ଅଧିବେଶନର ‘ଓଡ଼ିଶାରେ ପୁଞ୍ଜିନିବେଶର ସୁଯୋଗ’ ଶୀର୍ଷକ ଭର୍ଚୁଆଲ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଆଲୋଚନାରେ ଅଂଶଗ୍ରହଣ କରି ଧର୍ମେନ୍ଦ୍ର କହିଲେ, ଓଡ଼ିଶାର ସାଧବ ପୁଅ ସମୁଦ୍ରପଥରେ ବାଣିଜ୍ୟ ବ୍ୟବସାୟ କରି ରାଜ୍ୟର ଗୌରବ ବଢ଼ାଉଥିଲେ। ଏବେ ଆମେ ଏକବିଂଶ ଶତାବ୍ଦୀର ପ୍ରାରମ୍ଭରେ ଉପସ୍ଥିତ। ଭାରତକୁ ୫ ଟ୍ରିଲିୟନ ଅର୍ଥନୀତିରେ ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ‘ଆତ୍ମନିର୍ଭର ଭାରତ’ର ଆହ୍ବାନ ଦେଇଛନ୍ତି। ଆତ୍ମନିର୍ଭର ଭାରତ କେବଳ ଏକ ଚିନ୍ତାଧାରା ନୁହେଁ, ବରଂ ଦେଶକୁ ପ୍ରଗତିର ପଥରେ ନେବା ପାଇଁ ଏକ ସୁଚିନ୍ତିତ ଯୋଜନା। ଓଡ଼ିଶାକୁ ବନ୍ଦରଭିତ୍ତିକ ଅର୍ଥନୀତିରେ ପରିଣତ କରିବା ଲାଗି ପାରାଦୀପ, ଧାମରା, ଗୋପାଳପୁର, ଅସ୍ତରଙ୍ଗ, ସୁବର୍ଣ୍ଣରେଖା ବନ୍ଦରର ବିକଶିତ କରାଯାଉଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଶିଳ୍ପଭିତ୍ତିକ ବନ୍ଦର ବନ୍ଦର ସଂଖ୍ୟା ୫ରୁ ୨୫ ଯାଏ ବୃଦ୍ଧି ଲାଗି ପ୍ରଚେଷ୍ଟା ଲୋଡ଼ା। ଚଳିତ ବଜେଟରେ ପାରାଦୀପରେ ମାଛ ବନ୍ଦର ପ୍ରତିଷ୍ଠା କରିବାକୁ ଘୋଷଣା ହୋଇଛି। ମହାନଦୀରେ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ଲାଗି ସରକାର ପ୍ରାଥମିକତା ଦେଉଛନ୍ତି। ରାଜ୍ୟରେ ପେଟ୍ରୋଲିୟମ ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ସହ ଗ୍ୟାସ ଗ୍ରୀଡରେ ଅଧିକ ପୁଞ୍ଜିନିବେଶ ପାଇଁ ଯୋଜନା କରାଯାଉଛି। ଏହାଦ୍ୱାରା ଆଗାମୀ ଦିନରେ ଓଡ଼ିଶାର ବିଭିନ୍ନ କ୍ଷେତ୍ରରେ ବିପୁଳ ପୁଞ୍ଜିନିବେଶ ସହ ରୋଜଗାର ସୃଷ୍ଟି ହେବ।
ଧର୍ମେନ୍ଦ୍ର ଆହୁରି କହିଛନ୍ତି, ଯାଜପୁର କଳିଙ୍ଗନଗରକୁ ଇସ୍ପାତର ପେଣ୍ଠସ୍ଥଳୀ କରିବା ପାଇଁ ଉଦ୍ୟମ କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ର-ରାଜ୍ୟ ସରକାରଙ୍କ ସମନ୍ବୟରେ ଓଡ଼ିଶାରେ ସର୍ବବୃହତ୍‌ ଇସ୍ପାତ୍‌ କାରଖାନା ପ୍ରତିଷ୍ଠା ପାଇଁ ଯୋଜନା ରହିଛି। ‘ପୂର୍ବୋଦୟ ମିଶନ’ରେ ପୂର୍ବଭାରତର ଅଭିବୃଦ୍ଧି ନିମନ୍ତେ ନିରନ୍ତର ପ୍ରୟାସ ଚାଲିଛି। ଶକ୍ତକ୍ଷେତ୍ରରେ ପାରାଦୀପ ମଧ୍ୟ ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବାକୁ ଯାଉଛି। ପ୍ରସ୍ତାବିତ ପାରାଦୀପ-ବଡବିଲ ଅର୍ଥନୈତିକ କରିଡର, କୋଷ୍ଟାଲ ହାଇୱେ, ପାରାଦୀପରେ ୱେଷ୍ଟର୍ଣ୍ଣ ଡକର ନିର୍ମାଣ, ପରାଦୀପ-ହରିଦାସପୁର ରେଳଲାଇନ ବନ୍ଦରଭିତ୍ତିକ ଅର୍ଥନୀତିକୁ ମଜଭୁତ୍‌ କରିବାରେ ସାହାଯ୍ୟ କରିବ। ଓଡ଼ିଶାର ସୁଦୀର୍ଘ ବେଳାଭୂମି ବିକାଶରେ ଗେମ-ଚେଞ୍ଜର ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri