ସରକାରଙ୍କ ଘୋଷଣା: ୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୨୧।୬: ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ଓଡ଼ିଶା ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ।

ଆଜି ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି।

ହକି ପାଇଁ ଓଡ଼ିଶାକୁ ବିଶ୍ୱରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି। ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ହକିକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ମିଳିମିଶି କାମ କରିବା ପାଇଁ ଆଲୋଚନା ବେଳେ ପ୍ରତିଶ୍ରୁତି ଦିଆଯାଇଛି। ଏଥିସହ ହକିର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ମୋହନ ମାଝି କହିଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶା ସରକାର ୨୦୧୮ରୁ ଭାରତୀୟ ହକି ଦଳର ପ୍ରାୟୋଜକ ଦାୟିତ୍ୱ ନେଇଛନ୍ତି। ୨୦୨୩ ରୁ ୧୦ ବର୍ଷ ଓଡ଼ିଶା ପ୍ରାୟୋଜକ ରହିବ ପାଇଁ ପୂର୍ବ ସରକାର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri