ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଏକ ନୂଆ ପରିଚୟ ଦେବ। ଟାରିଫ୍‌ ହ୍ରାସ ଯୋଗୁ ଆମେରିକା ବଜାରରେ ଓଡ଼ିଶା ଖାଦ୍ୟର ଚାହିଦା ବଢ଼ିବ। ଓଡ଼ିଶାର ଚିଙ୍ଗୁଡ଼ି, ମାଛ ଓ ସାମୁଦ୍ରିକ ଖାଦ୍ୟର ଚାହିଦା ବୃଦ୍ଧି ପାଇବ। ଆମ ଉପକୂଳବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀ ଓ ଚାଷୀମାନଙ୍କ ଆୟ ବଢିବ। ଓଡ଼ିଶା ‘ବ୍ଲୁ-ଇକୋନୋମି’ର ଏକ ପ୍ରମୁଖ କେନ୍ଦ୍ର ପାଲଟିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାର ହସ୍ତତନ୍ତ ହେଉ କିମ୍ବା ଆଧୁନିକ ରେଡିମେଡ ପୋଷାକ ସବୁଠି ପହଞ୍ଚିବ। ଟାରିଫ୍‌ କୋହଳ ହେବା କାରଣରୁ ରପ୍ତାନି ସହଜ ହେବ। ବୁଣାକାର ଓ ହସ୍ତତନ୍ତ ଶିଳ୍ପୀଙ୍କ ପାଇଁ ରୋଜଗାରର ନୂଆ ପଥ ଉନ୍ମୁକ୍ତ କରିବ। ବିଶ୍ୱ ଦରବାରରେ ଓଡ଼ିଶାର ପାରମ୍ପରିକ ପୋଷାକ ଏକ ନୂଆ ଟ୍ରେଣ୍ଡ ସୃଷ୍ଟି କରିବ। ସମ୍ବଲପୁରୀ ଓ ଅନ୍ୟାନ୍ୟ ହସ୍ତତନ୍ତ ଆମେରିକା ବଜାରରେ ପ୍ରବେଶ ସହଜ ହେବ।

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିଳମ୍ବିତ ରାତିରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଘୋଷଣା କରିଛନ୍ତି। ସେ ଭାରତ ଉପରେ ଲାଗୁ ହୋଇଥିବା ଟାରିଫ୍‌ରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘୋଷଣା କରିଛନ୍ତି, ଯାହା ଟାରିଫ୍‌କୁ ୧୮ପ୍ରତିଶତକୁ ହ୍ରାସ କରିଛି। ସପ୍ତାହର ଅଶାନ୍ତି ପରେ ହୋଇଥିବା ଏହି ଚୁକ୍ତିକୁ ଦୁଇ ଦେଶ ମଧ୍ୟରେ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବରେ ବିବେଚନା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ଏବଂ କହିଛନ୍ତି ଯେ ଏହି ଚୁକ୍ତି ବିଶ୍ୱର ଦୁଇ ସର୍ବବୃହତ ଗଣତନ୍ତ୍ର ମଧ୍ୟରେ ପାରସ୍ପରିକ ସହଯୋଗକୁ ଆହୁରି ମଜବୁତ କରିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?