Posted inଜାତୀୟ

୧,୪୨୯ କୋଟି ଟଙ୍କା ଋଣ କରିବ ଓଡ଼ିଶା

ନୂଆଦିଲ୍ଲୀ,୧।୧:ଦେଶ ମଧ୍ୟରେ ଇଜ୍‌ ଅଫ୍‌ ଡୁଇଁ ବିଜ୍‌ନେସ ସଂସ୍କାର ପ୍ରକ୍ରିୟାକୁ ଏବେ ଅଗ୍ରାଧିକାର ଦିଆଯାଉଛି। ଓଡ଼ିଶା ଏଭଳି ପ୍ରକ୍ରିୟା ହାତକୁ ନେବାରେ ସକ୍ଷମ ହୋଇଛି। ଏହି ଧାରା ଆଗକୁ ନେବା ଲାଗି ରାଜ୍ୟ ୧,୪୨୯ କୋଟି ଟଙ୍କା ଖୋଲାବଜାରରୁ ଋଣ କରିବ। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଉକ୍ତ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଥିବା ସୂଚନା ମିଳିଛି। ଏଭଳି ଅନୁମତି ଲାଭ କରିବାରେ ଓଡ଼ିଶା ଅନ୍ୟ ୬ଟି ରାଜ୍ୟ ସହ ଯୋଡ଼ିହୋଇଛି। ଆନ୍ଧ୍ର ପ୍ରଦେଶ, କର୍ନାଟକ, ମଧ୍ୟପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ତେଲଙ୍ଗାନା ଭଳି ରାଜ୍ୟକୁ ପୂର୍ବରୁ ଏଭଳି ଅନୁମତି ମିଳିଛି। ଏହି ୭ ରାଜ୍ୟ ମୋଟ ୨୦,୮୮୮ କୋଟି ଟଙ୍କା ଋଣ ଉଠାଇବେ ବୋଲି ଜଣାପଡ଼ିଛି।
ଦେଶ ମଧ୍ୟରେ ନିବେଶ ଉପଯୋଗୀ ବାଣିଜି୍ୟକ ପରିବେଶ ସୃଷ୍ଟି କରିବା ଦିଗରେ ଇଜ୍‌ ଅଫ୍‌ ଡୁଇଁ ବିଜ୍‌ନେସ୍‌କୁ ଏକ ପ୍ରମୁଖ ମାନକ ଭାବେ ବିଚାରକୁ ନିଆଯାଉଛି। ଏହି ବର୍ଗରେ ଯଦି ରାଜ୍ୟ ସଂସ୍କାର ପ୍ରକ୍ରିୟା ହାତକୁ ନେଉଥାନ୍ତି, ତେବେ ଅତିରିକ୍ତ ଋଣ ଉଠାଣ ଲାଗି ଅନୁମତି ଦେବାକୁ ଚଳିତ ବର୍ଷ ମେ ମାସରେ କେନ୍ଦ୍ର ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ। ଏହା ଅଧୀନରେ ଜିଲା ସ୍ତରରେ ବାଣିଜ୍ୟ ସଂସ୍କାର ଆକ୍ସନ ପ୍ଲାନ୍‌ ଭଳି ଅନ୍ୟ ପ୍ରମୁଖ ଯୋଜନାକୁ ସାମିଲ କରାଯାଇଛି। କୋଭିଡ୍‌-୧୯ ଯୋଗୁ ପୁଞ୍ଜି ଯୋଗାଡ଼ କରିବାରେ ରାଜ୍ୟ ବର୍ତ୍ତମାନ ଅନେକ ଚ୍ୟାଲେଞ୍ଜକୁ ସାମ୍ନା କରୁଛି। ଏହାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ରାଜ୍ୟଗୁଡିକର ଋଣ ଉଠାଇବା ସୀମାକୁ ରାଜ୍ୟ ଜିଡିପିର ୨% ବଢ଼ାଇଥିଲେ। ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ କାର୍ଡ, ଇଜ୍‌ ଅଫ୍‌ ଡୁଇଁ ବିଜ୍‌ନେସ, ସହରାଞ୍ଚଳ ଶାସନ ବ୍ୟବସ୍ଥା ଏବଂ ଶକ୍ତି କ୍ଷେତ୍ର ଭଳି ଜନକଲ୍ୟାଣକାରୀ ସଂସ୍କାରକୁ କାର୍ଯ୍ୟକାରୀ କରାଇବା ଦିଗରେ ଏହି ଋଣ ଅର୍ଥ ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ, ୧୦ ରାଜ୍ୟ ଏବେ ସୁଦ୍ଧା ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ କାର୍ଡ ସିଷ୍ଟମ ଲାଗୁ କରିଛନ୍ତି। ୭ ରାଜ୍ୟ ଇଜ୍‌ ଅଫ୍‌ ଡୁଇଁ ବିଜ୍‌ନେସ ଏବଂ ୨ ରାଜ୍ୟ ସ୍ଥାନୀୟ ଶାସନ ବ୍ୟବସ୍ଥା କ୍ଷେତ୍ରରେ ସଂସ୍କାର ପ୍ରକ୍ରିୟା ଗ୍ରହଣ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟଗୁଡ଼ିକୁ ୫୧,୬୮୨ କୋଟି ଟଙ୍କାର ଅତିରିକ୍ତ ଋଣ ଉଠାଣ ଲାଗି ଅନୁମତି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri