କୋରାପୁଟର ବିକାଶ ହେଲେ ଓଡ଼ିଶା ବିକଶିତ ହେବ: ମନ୍ତ୍ରୀ

କୋରାପୁଟ,୧୬।୬(ଅମିତାଭ ବେହେରା): ୨୦୩୬ ବେଳକୁ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ ବୋଲି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି । ଜିଲା ବିକଶିତ ହେଲେ ଓଡ଼ିଶା ତଥା ଭାରତ ବିକଶିତ ହୋଇପାରିବ ବୋଲି ସେ ପ୍ରକାଶ କରିଛନ୍ତି।

କୋରାପୁଟ ଜିଲାରେ ବିକାଶ କାର୍ଯ୍ୟ ଏପ୍ରକାର ଊର୍ଦ୍ଧମୁଖି ହୋଇପାରିଛି। ପ୍ରଶାସନିକ ଅଧିକାରୀଙ୍କ ପରିଶ୍ରମ ଯୋଗୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଠିକ ଭାବେ ଲୋକଙ୍କ ପାଖରେ ପହଞ୍ଚି ପାରିଛି ବୋଲି ମନ୍ତ୍ରୀ କହିଥିଲେ।

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ପୋଲିସ ପରେଡ୍‌ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ବିକାଶ ମେଳାରେ ମନ୍ତ୍ରୀ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଏହାର ଉଦ୍‌ଘାଟନ କରିଥିଲେ।

କୋରାପୁଟ ଜିଲା ବିକଶିତ ହେଲେ ଓଡ଼ିଶା ବିକଶିତ ହେବ । ତେଣୁ କୋରାପୁଟ ଜିଲାର ବୁଦ୍ଧିଜୀବୀ, ସାମ୍ବାଦିକ, ଡାକ୍ତର, ସାମାଜିକ କର୍ମୀଙ୍କୁ ନେଇ ଏକ ପରାମର୍ଶ କର୍ମଶାଳା ଆୟୋଜନ କରାଯାଇଥିଲା । ସମାଜର ସବୁବର୍ଗର ଲୋକଙ୍କ ମତକୁ ନେଇ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯାଉଛି ବୋଲି ମନ୍ତ୍ରୀ କହିଥିଲେ।

ରାଜ୍ୟରେ ଗୁଣାତ୍ମକ ଶିକ୍ଷା ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେବାକୁ ଯାଉଛି ବୋଲି କୋରାପୁଟ ବିଧାୟକ ରଘୁରାମ ମାଛ କହିଛନ୍ତି। ଗତ ଏକ ବର୍ଷ ମଧ୍ୟରେ କୋରାପୁଟ ଜିଲାର ୩ ଲକ୍ଷରୁ ଊଦ୍ଧର୍‌ବ ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇଥିବା ଜିଲାପାଳ ଭି କୀର୍ତ୍ତି ୱାସନ ସୂଚନା ଦେଇଥିଲେ ।

ପିଏମ ଏବଂ ସିଏମ୍‌ କିଷାନ ଯୋଜନାରେ ୨ଲକ୍ଷରୁ ଅଧିକ ଚାଷୀ ଉପକୃତ ହୋଇଥିବା ବେଳେ ଅନ୍ତୋଦୟ ଗୃହ ଯୋଜନାରେ ଜିଲାର ୫ହଜାର ପରିବାରକୁ ଗୃହ ଯୋଗାଇ ଦିଆଯାଇଛି । ବର୍ତ୍ତମାନ ଜିଲାର ୪ ହଜାର ହେକ୍ଟର ଜମିରେ କଫି ଚାଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଏକ ଶହ ହେକ୍ଟର ଜମିରେ ଷ୍ଟବେରୀ ଚାଷ ହେଉଥିବା ସେ ସୂଚନା ଦେଇଥିଲେ। ସମସ୍ତଙ୍କ ସହଯୋଗରେ କୋରାପୁଟ ଜିଲାର ସର୍ବାଙ୍ଗୀନ ଉନ୍ନତି ହୋଇପାରିବ ବୋଲି ସେ ଆଶା ରଖିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ କୋଟପାଡ଼ ବିଧାୟକ ରୁପୁ ଭତ୍ରା, ଜିଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ଏସ୍‌ପି ରୋହିତ ବର୍ମା, ଅତିରିକ୍ତ ଜିଲାପାଳ ତପନ କୁମାର ନାୟକ, କୋରାପୁଟ ବ୍ଲକ ଅଧ୍ୟକ୍ଷା ନମିତା ମାଝୀ, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ସୁନାବେଡା ପୌର ପରିଷଦ ଅଧ୍ୟକ୍ଷ ରାଜେନ୍ଦ୍ର ପାତ୍ର, କୋଟପାଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଏମ୍‌ ଶଙ୍କର ରାଓ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ।

ଏହି ଅବସରରେ ପାରମ୍ପାରିକ ସୁଭଦ୍ରା ଶକ୍ତି ଖାଦ୍ୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଗୋଷ୍ଠୀ ଜଙ୍ଗଲ ଅଧିକାର ଓ ସମ୍ବଳ ଅଧିକାରର ଶିରୋନାମା ବଣ୍ଟନ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ୩ ଶ୍ରମିକଙ୍କୁ ସହାୟତା ଅର୍ଥ ରାଶି ପ୍ରଦାନ, ପିଏମ୍‌ ବିଶ୍ୱକର୍ମା ଯୋଜନାର ଋଣ ମଞ୍ଜୁରୀ ପତ୍ର ବଣ୍ଟନ କରାଯିବା ସହ ନୂତନ ହିତାଧିକାରୀଙ୍କୁ ପେନସନ ବଣ୍ଟନ କରାଯାଇଥିଲା ।

କୋରାପୁଟ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର ଧନ୍ୟବାଦ ଅର୍ପଣ କରିଥିଲେ। କୋରାପୁଟ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପ ନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରା, କୋରାପୁଟ ପୌର ପରିଷଦ ନିର୍ବାହୀ ଅଧିକାରୀ ଜ୍ଞାନଜିତ ତ୍ରୀପାଠୀ, କୋରାପୁଟ ବିଡିଓ ଦେବାଶିଷ ଗୌଡ଼ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସଭା ପୂର୍ବରୁ ମୁଖ୍ୟ ଅତିଥି ମନ୍ତ୍ରୀ ମଲ୍ଲିକ ପଲ୍ଲୀଶ୍ରୀ ମେଳା ଏବଂ ପାରମ୍ପରିକ ସୁଭଦ୍ରା ଖାଦ୍ୟ ମେଳା ଉଦ୍‌ଘାଟନ କରିବା ସହ ଷ୍ଟଲ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri