କୋରାପୁଟର ବିକାଶ ହେଲେ ଓଡ଼ିଶା ବିକଶିତ ହେବ: ମନ୍ତ୍ରୀ

କୋରାପୁଟ,୧୬।୬(ଅମିତାଭ ବେହେରା): ୨୦୩୬ ବେଳକୁ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ ବୋଲି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି । ଜିଲା ବିକଶିତ ହେଲେ ଓଡ଼ିଶା ତଥା ଭାରତ ବିକଶିତ ହୋଇପାରିବ ବୋଲି ସେ ପ୍ରକାଶ କରିଛନ୍ତି।

କୋରାପୁଟ ଜିଲାରେ ବିକାଶ କାର୍ଯ୍ୟ ଏପ୍ରକାର ଊର୍ଦ୍ଧମୁଖି ହୋଇପାରିଛି। ପ୍ରଶାସନିକ ଅଧିକାରୀଙ୍କ ପରିଶ୍ରମ ଯୋଗୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଠିକ ଭାବେ ଲୋକଙ୍କ ପାଖରେ ପହଞ୍ଚି ପାରିଛି ବୋଲି ମନ୍ତ୍ରୀ କହିଥିଲେ।

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ପୋଲିସ ପରେଡ୍‌ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ବିକାଶ ମେଳାରେ ମନ୍ତ୍ରୀ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଏହାର ଉଦ୍‌ଘାଟନ କରିଥିଲେ।

କୋରାପୁଟ ଜିଲା ବିକଶିତ ହେଲେ ଓଡ଼ିଶା ବିକଶିତ ହେବ । ତେଣୁ କୋରାପୁଟ ଜିଲାର ବୁଦ୍ଧିଜୀବୀ, ସାମ୍ବାଦିକ, ଡାକ୍ତର, ସାମାଜିକ କର୍ମୀଙ୍କୁ ନେଇ ଏକ ପରାମର୍ଶ କର୍ମଶାଳା ଆୟୋଜନ କରାଯାଇଥିଲା । ସମାଜର ସବୁବର୍ଗର ଲୋକଙ୍କ ମତକୁ ନେଇ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯାଉଛି ବୋଲି ମନ୍ତ୍ରୀ କହିଥିଲେ।

ରାଜ୍ୟରେ ଗୁଣାତ୍ମକ ଶିକ୍ଷା ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେବାକୁ ଯାଉଛି ବୋଲି କୋରାପୁଟ ବିଧାୟକ ରଘୁରାମ ମାଛ କହିଛନ୍ତି। ଗତ ଏକ ବର୍ଷ ମଧ୍ୟରେ କୋରାପୁଟ ଜିଲାର ୩ ଲକ୍ଷରୁ ଊଦ୍ଧର୍‌ବ ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇଥିବା ଜିଲାପାଳ ଭି କୀର୍ତ୍ତି ୱାସନ ସୂଚନା ଦେଇଥିଲେ ।

ପିଏମ ଏବଂ ସିଏମ୍‌ କିଷାନ ଯୋଜନାରେ ୨ଲକ୍ଷରୁ ଅଧିକ ଚାଷୀ ଉପକୃତ ହୋଇଥିବା ବେଳେ ଅନ୍ତୋଦୟ ଗୃହ ଯୋଜନାରେ ଜିଲାର ୫ହଜାର ପରିବାରକୁ ଗୃହ ଯୋଗାଇ ଦିଆଯାଇଛି । ବର୍ତ୍ତମାନ ଜିଲାର ୪ ହଜାର ହେକ୍ଟର ଜମିରେ କଫି ଚାଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଏକ ଶହ ହେକ୍ଟର ଜମିରେ ଷ୍ଟବେରୀ ଚାଷ ହେଉଥିବା ସେ ସୂଚନା ଦେଇଥିଲେ। ସମସ୍ତଙ୍କ ସହଯୋଗରେ କୋରାପୁଟ ଜିଲାର ସର୍ବାଙ୍ଗୀନ ଉନ୍ନତି ହୋଇପାରିବ ବୋଲି ସେ ଆଶା ରଖିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ କୋଟପାଡ଼ ବିଧାୟକ ରୁପୁ ଭତ୍ରା, ଜିଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ଏସ୍‌ପି ରୋହିତ ବର୍ମା, ଅତିରିକ୍ତ ଜିଲାପାଳ ତପନ କୁମାର ନାୟକ, କୋରାପୁଟ ବ୍ଲକ ଅଧ୍ୟକ୍ଷା ନମିତା ମାଝୀ, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ସୁନାବେଡା ପୌର ପରିଷଦ ଅଧ୍ୟକ୍ଷ ରାଜେନ୍ଦ୍ର ପାତ୍ର, କୋଟପାଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଏମ୍‌ ଶଙ୍କର ରାଓ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ।

ଏହି ଅବସରରେ ପାରମ୍ପାରିକ ସୁଭଦ୍ରା ଶକ୍ତି ଖାଦ୍ୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଗୋଷ୍ଠୀ ଜଙ୍ଗଲ ଅଧିକାର ଓ ସମ୍ବଳ ଅଧିକାରର ଶିରୋନାମା ବଣ୍ଟନ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ୩ ଶ୍ରମିକଙ୍କୁ ସହାୟତା ଅର୍ଥ ରାଶି ପ୍ରଦାନ, ପିଏମ୍‌ ବିଶ୍ୱକର୍ମା ଯୋଜନାର ଋଣ ମଞ୍ଜୁରୀ ପତ୍ର ବଣ୍ଟନ କରାଯିବା ସହ ନୂତନ ହିତାଧିକାରୀଙ୍କୁ ପେନସନ ବଣ୍ଟନ କରାଯାଇଥିଲା ।

କୋରାପୁଟ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର ଧନ୍ୟବାଦ ଅର୍ପଣ କରିଥିଲେ। କୋରାପୁଟ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପ ନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରା, କୋରାପୁଟ ପୌର ପରିଷଦ ନିର୍ବାହୀ ଅଧିକାରୀ ଜ୍ଞାନଜିତ ତ୍ରୀପାଠୀ, କୋରାପୁଟ ବିଡିଓ ଦେବାଶିଷ ଗୌଡ଼ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସଭା ପୂର୍ବରୁ ମୁଖ୍ୟ ଅତିଥି ମନ୍ତ୍ରୀ ମଲ୍ଲିକ ପଲ୍ଲୀଶ୍ରୀ ମେଳା ଏବଂ ପାରମ୍ପରିକ ସୁଭଦ୍ରା ଖାଦ୍ୟ ମେଳା ଉଦ୍‌ଘାଟନ କରିବା ସହ ଷ୍ଟଲ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri