ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିବ ଶୀତ

ଭୁବନେଶ୍ୱର,୧୭।୧: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ୧୮ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ଅନୁଭୁତ ହେବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିଲେ ମଧ୍ୟ କେତେକ ଜିଲାରେ ତାପମାତ୍ରା କମିବାର ସମ୍ଭାବନା ରହିଛି।

ବିଶେଷ କରି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିପାରେ। ଏହାସହ ଉତ୍ତରପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ପବନ ପ୍ରବାହିତ ହୋଇପାରେ। ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ଶୀତ ପ୍ରକୋପ ଆହୁରି ବଢ଼ିଯିବ ଓ ରାତି ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିପାରେ। ଅନ୍ୟପଟେ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିବା ସହ ୬ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି।

ଏହି ଜିଲାଗୁଡିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ନୟାଗଡ଼, କନ୍ଧମାଳ ଏବଂ କଳାହାଣ୍ଡି ରହିଛି। ଏହିସବୁ ଜିଲାରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ କମ୍‌ ରହିବା ସହ କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ରହିବ। ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଇବା ବେଳେ ସାବଧାନତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri