Posted inଖେଳ

୧୮ ବର୍ଷରୁ କମ୍‌ ଜାତୀୟ ଚେସ୍‌ରେ ଓଡ଼ିଶାରୁ ୮ ଭାଗନେବେ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)-
ରାଜ୍ୟ ୧୮ ବର୍ଷରୁ କମ୍‌ ବାଳିକା ଏବଂ ଓପନ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ବାଳିକା ବର୍ଗରେ କଟକର ଅଙ୍କିତା ସାହୁ ଚାମ୍ପିୟନ ଏବଂ ଖୋର୍ଦ୍ଧାର ୟାଶିତା ରାଉତ ରନର୍ସଅପ୍‌ ହୋଇଛନ୍ତି। ସେହିପରି ଓପନ ବର୍ଗରେ ପୁରୀର ଜଗଦୀଶ ବାରିକ ଚାମ୍ପିୟନ ଏବଂ ଖୋର୍ଦ୍ଧାର ମନୀଷ କୁମାର ରନର୍ସଅପ୍‌ ହୋଇଛନ୍ତି। ଏହି ୪ ଜଣଙ୍କ ସମେତ ମହିଳା ଫିଡେ ମାଷ୍ଟର ଖୋର୍ଦ୍ଧାର ସାଇନା ସାଲୋନିକା, ଅନ୍ୟତମ ଖୋର୍ଦ୍ଧା ଖେଳାଳି ମହିତୋଷ ଦେ, କଟକର ହର୍ଷିତ ରଞ୍ଜନ ସାହୁ ଏବଂ ଢେଙ୍କାନାଳର ସୂର୍ଯ୍ୟପ୍ରଞ୍ଜଳ ଇନ୍ଦ୍ରଜିତ ଏସ୍‌.ପି. ୧୮ ବର୍ଷରୁ କମ୍‌ ଜାତୀୟ ପ୍ରତିଯୋଗିତାରେ ଭାଗ ନେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଟୋର୍ନେଲୋ ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟରେ ୪୬ ବାଳକ ଏବଂ ୧୯ ବାଳିକା ଭାଗ ନେଇଥିଲେ। ବାଳକ ବିଭାଗରେ ୬ ଏବଂ ବାଳିକାରେ ୫ ରାଉଣ୍ଡ ଖେଳ ହୋଇଥିଲା। ଅନ୍ତର୍ଜାତୀୟ ଆର୍ବିଟର ସୁରେଶ ଚନ୍ଦ୍ର ସାହୁ ପ୍ରତିଯୋଗିତା ପରିଚାଳନା କରିଥିଲେ। ଜାତୀୟ ପ୍ରତିଯୋଗିତା ଟୋର୍ଲେନୋ ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମରେ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।
ବାଳିକା ବିଭାଗରେ ଟପ୍‌-୧୦ ଫିନିଶ୍‌ କରି ପୁରସ୍କାର ହାସଲ କରିଥିବା ଅନ୍ୟ ପ୍ରତିଯୋଗୀମାନେ ହେଲେ ଅନିଷ୍କା ପାଣ୍ଡେ, ସୁହାନା ଜେନା, ପି. ସାଇରୂପା, ବିଜୟଲକ୍ଷ୍ମୀ ବାରିକ, ନମସ୍ୟା ନଳିନୀ, ଅନନ୍ୟା ଅନାମିକା, ଦୃଷ୍ଟି ପ୍ରଧାନ ଏବଂ ସାଞ୍ଚତ୍ ସାହୁ। ସେହିପରି ଓପନ ବିଭାଗରେ ୩ୟରୁ ୧୦ମ ସ୍ଥାନ ଅଧିକାର କରିଥିବା ଖେଳାଳିମାନେ ହେଲେ ଆର୍ଯ୍ୟନ ଅର୍ଣ୍ଣବ ସାମନ୍ତରାୟ, ହର୍ଷିତ ରଞ୍ଜନ ସାହୁ, ସମ୍ବିତ ପଣ୍ଡା, ଓମ୍‌ ଆଦିତ୍ୟ ଖାଡ଼ଙ୍ଗା, ଫିଡେ ମାଷ୍ଟର ମହୀତୋଷ ଦେ, ଶ୍ରୀୟାଂଶ ଦାସ, ପ୍ରିୟାଂଶ ଦାସ ଏବଂ ସତ୍ୟମ୍‌ ନାୟକ। ରାଜ୍ୟ ୧୬ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ପୂର୍ବତନ ଅଧିନାୟକ ଲରେନ୍ସଙ୍କ ବଡ଼ ଦାବି, ଏହି ଦଳ ଜିତିବ ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୧୫ା୭: ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ କ୍ଲାଇମାକ୍ସ ଲରେନ୍ସଙ୍କ ମତରେ ଫ୍ରାନ୍ସ ବିପକ୍ଷ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ସ୍ପେନ୍‌ ଚଳିତ ଫିଫା ବିଶ୍ୱକପ୍‌ ଜିତିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri