ରପ୍ତାନିରେ ୧ଲକ୍ଷ କୋଟିରେ ପହଞ୍ଚିବ ଓଡ଼ିଶା

ଭୁବନେଶ୍ୱର,୨୨।୯: ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ଓ ଶିଳ୍ପ ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ମିଳିତ ଉଦ୍ୟମରେ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲ ପରିସରରେ ବାଣିଜ୍ୟ ଉତ୍ସବ ଆୟୋଜିତ ହୋଇଯାଇଛି ା ମୁଖ୍ୟ ଅତିଥି ଭାବେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଥିଲେ, ରପ୍ତାନି କ୍ଷେତ୍ରରେ ୨୦୨୧-୨୨ ସୁଦ୍ଧା ଧାର୍ଯ୍ୟ ୪୦୦ ବିଲିୟନ ଡଲାରରେ ପହଞ୍ଚାଇବାକୁ ହେବ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଏମ୍‌ଏସ୍‌ଏମ୍‌ଇ ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ କହିଥିଲେ, ଆମର ଶିଳ୍ପ ଅନୁକୂଳ ନୀତି ଗତବର୍ଷ ତୁଳନାରେ ଚଳିତ ଆର୍ଥିକ ବର୍ଷରେ ଭଲ ରହିଛି। କୋଭିଡ୍‌ ଅଚଳାବସ୍ଥା ସତ୍ତ୍ବେ ଆମେ ରପ୍ତାନିକୁ ଦୁଇଗୁଣା ବୃଦ୍ଧି କରିପାରିଛୁ। ନିକଟରେ କେନ୍ଦ୍ର ସରକାର ବିଦେଶ ବାଣିଜ୍ୟ ନିର୍ଦ୍ଦେଶାଳୟ କଟକରୁ କୋଲକାତା ସ୍ଥାନାନ୍ତର କରିନେବା ପରେ ରପ୍ତାନିକୁ ପ୍ରୋତ୍ସାହନ ଯୋଗାଇବା କ୍ଷେତ୍ରରେ ସମସ୍ୟା ଉପୁଜୁଥିବା ସେ ମତବ୍ୟକ୍ତ କରିଥିଲେ।
ଅପରପକ୍ଷରେ ଭାରତ ସରକାରଙ୍କ ବୈଦେଶିକ ବାଣିଜ୍ୟ ମହାନିର୍ଦ୍ଦେଶାଳୟର ପରିସଂଖ୍ୟାନ ଉପଦେଷ୍ଟା ଡ. ପି.ସି. ମିଶ୍ର କେନ୍ଦ୍ର ସରକାରଙ୍କ ଦ୍ବାରା ନିର୍ଦ୍ଧାରିତ ୪୦୦ବିଲିୟନ୍‌ ଲକ୍ଷ୍ୟଧାର୍ଯ୍ୟ ହାସଲ କରିବା ଦିଗରେ ଆମକୁ ମିଳିତ ଭାବେ କାର୍ଯ୍ୟ କରିବାକୁ ହେବ ବୋଲି କହିଥିଲେ ା ଏହି ପରିପ୍ରେକ୍ଷୀରେ ଭାରତୀୟ ତୈଳବୀଜ ଏବଂ ଉତ୍ପାଦ ରପ୍ତାନି ପ୍ରୋତ୍ସାହନ ପରିଷଦର ଅଧ୍ୟକ୍ଷ ଖୁସ୍‌ଓ୍ବନ୍ତ ଜୈନ ଓଡ଼ିଶାର ରପ୍ତାନି ଚିତ୍ର ଉପସ୍ଥାପନ କରି ଏହାକୁ ଆହୁରି ବୃଦ୍ଧି କରିବାକୁ ହେବ ବୋଲି ମତବ୍ୟକ୍ତ କରିଥିଲେ ା
କାର୍ଯ୍ୟକ୍ରମର ଦ୍ବିତୀୟାର୍ଦ୍ଧରେ ଇଇପିସି, କୋଲକାତାର ଆଞ୍ଚଳିକ ନିର୍ଦ୍ଦେଶକ ଅନୀମା ପାଣ୍ଡେ ଭର୍ଚୁଆଲ ମାଧ୍ୟମରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ରପ୍ତାନି ସହ ଜଡ଼ିତ ଶିଳ୍ପଗୋଷ୍ଠୀର ସଦସ୍ୟମାନେ ଯୋଗଦେଇଥିବା ବେଳେ ଇପିଏମ୍‌ ନିର୍ଦ୍ଦେଶକ ଶରଣ କୁମାର ଜେନା, ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ୍‌ ଆଲାମ୍‌, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ, ଏମ୍‌ଏସ୍‌ଏମ୍‌ଇ ଅତିରିକ୍ତ ସଚିବ ଉଦୟ ନାରାୟଣ ଦାସ, ସାମୁଦ୍ରିକ ମତ୍ସ୍ୟ ରପ୍ତାନି ସଂଘର ସଭାପତି କମଳେଶ ମିଶ୍ର, ଉପ ମହାନିର୍ଦ୍ଦେଶକ ଡିଜିଏଫ୍‌ଟି, କୋଲକାତା ଆନନ୍ଦ ମୋହନ ମିଶ୍ର, ମେସର୍ସ ଜେ.ପି. ହ୍ୟାଣ୍ଡଲୁମ୍‌ର ସ୍ବତ୍ୱାଧିକାରୀ ଜେ.ବି.ସିଂ ପ୍ରମୁଖ ନିଜ ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri