ରପ୍ତାନିରେ ୧ଲକ୍ଷ କୋଟିରେ ପହଞ୍ଚିବ ଓଡ଼ିଶା

ଭୁବନେଶ୍ୱର,୨୨।୯: ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ଓ ଶିଳ୍ପ ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ମିଳିତ ଉଦ୍ୟମରେ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲ ପରିସରରେ ବାଣିଜ୍ୟ ଉତ୍ସବ ଆୟୋଜିତ ହୋଇଯାଇଛି ା ମୁଖ୍ୟ ଅତିଥି ଭାବେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଥିଲେ, ରପ୍ତାନି କ୍ଷେତ୍ରରେ ୨୦୨୧-୨୨ ସୁଦ୍ଧା ଧାର୍ଯ୍ୟ ୪୦୦ ବିଲିୟନ ଡଲାରରେ ପହଞ୍ଚାଇବାକୁ ହେବ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଏମ୍‌ଏସ୍‌ଏମ୍‌ଇ ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ କହିଥିଲେ, ଆମର ଶିଳ୍ପ ଅନୁକୂଳ ନୀତି ଗତବର୍ଷ ତୁଳନାରେ ଚଳିତ ଆର୍ଥିକ ବର୍ଷରେ ଭଲ ରହିଛି। କୋଭିଡ୍‌ ଅଚଳାବସ୍ଥା ସତ୍ତ୍ବେ ଆମେ ରପ୍ତାନିକୁ ଦୁଇଗୁଣା ବୃଦ୍ଧି କରିପାରିଛୁ। ନିକଟରେ କେନ୍ଦ୍ର ସରକାର ବିଦେଶ ବାଣିଜ୍ୟ ନିର୍ଦ୍ଦେଶାଳୟ କଟକରୁ କୋଲକାତା ସ୍ଥାନାନ୍ତର କରିନେବା ପରେ ରପ୍ତାନିକୁ ପ୍ରୋତ୍ସାହନ ଯୋଗାଇବା କ୍ଷେତ୍ରରେ ସମସ୍ୟା ଉପୁଜୁଥିବା ସେ ମତବ୍ୟକ୍ତ କରିଥିଲେ।
ଅପରପକ୍ଷରେ ଭାରତ ସରକାରଙ୍କ ବୈଦେଶିକ ବାଣିଜ୍ୟ ମହାନିର୍ଦ୍ଦେଶାଳୟର ପରିସଂଖ୍ୟାନ ଉପଦେଷ୍ଟା ଡ. ପି.ସି. ମିଶ୍ର କେନ୍ଦ୍ର ସରକାରଙ୍କ ଦ୍ବାରା ନିର୍ଦ୍ଧାରିତ ୪୦୦ବିଲିୟନ୍‌ ଲକ୍ଷ୍ୟଧାର୍ଯ୍ୟ ହାସଲ କରିବା ଦିଗରେ ଆମକୁ ମିଳିତ ଭାବେ କାର୍ଯ୍ୟ କରିବାକୁ ହେବ ବୋଲି କହିଥିଲେ ା ଏହି ପରିପ୍ରେକ୍ଷୀରେ ଭାରତୀୟ ତୈଳବୀଜ ଏବଂ ଉତ୍ପାଦ ରପ୍ତାନି ପ୍ରୋତ୍ସାହନ ପରିଷଦର ଅଧ୍ୟକ୍ଷ ଖୁସ୍‌ଓ୍ବନ୍ତ ଜୈନ ଓଡ଼ିଶାର ରପ୍ତାନି ଚିତ୍ର ଉପସ୍ଥାପନ କରି ଏହାକୁ ଆହୁରି ବୃଦ୍ଧି କରିବାକୁ ହେବ ବୋଲି ମତବ୍ୟକ୍ତ କରିଥିଲେ ା
କାର୍ଯ୍ୟକ୍ରମର ଦ୍ବିତୀୟାର୍ଦ୍ଧରେ ଇଇପିସି, କୋଲକାତାର ଆଞ୍ଚଳିକ ନିର୍ଦ୍ଦେଶକ ଅନୀମା ପାଣ୍ଡେ ଭର୍ଚୁଆଲ ମାଧ୍ୟମରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ରପ୍ତାନି ସହ ଜଡ଼ିତ ଶିଳ୍ପଗୋଷ୍ଠୀର ସଦସ୍ୟମାନେ ଯୋଗଦେଇଥିବା ବେଳେ ଇପିଏମ୍‌ ନିର୍ଦ୍ଦେଶକ ଶରଣ କୁମାର ଜେନା, ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ୍‌ ଆଲାମ୍‌, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ, ଏମ୍‌ଏସ୍‌ଏମ୍‌ଇ ଅତିରିକ୍ତ ସଚିବ ଉଦୟ ନାରାୟଣ ଦାସ, ସାମୁଦ୍ରିକ ମତ୍ସ୍ୟ ରପ୍ତାନି ସଂଘର ସଭାପତି କମଳେଶ ମିଶ୍ର, ଉପ ମହାନିର୍ଦ୍ଦେଶକ ଡିଜିଏଫ୍‌ଟି, କୋଲକାତା ଆନନ୍ଦ ମୋହନ ମିଶ୍ର, ମେସର୍ସ ଜେ.ପି. ହ୍ୟାଣ୍ଡଲୁମ୍‌ର ସ୍ବତ୍ୱାଧିକାରୀ ଜେ.ବି.ସିଂ ପ୍ରମୁଖ ନିଜ ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri