ଓଡ଼ିଶାର ୫୭ ରେଳ ଷ୍ଟେଶନର ହେବ ପୁନଃବିକାଶ, ଆଜି ଭିସି ଜରିଆରେ ଶୁଭାରମ୍ଭ କରିବେ ମୋଦି

ଭୁବନେଶ୍ୱର,୨୬।୨ (ଅଭୟ ଦାଶ): ରାଷ୍ଟ୍ରର ଜୀବନରେଖା କୁହାଯାଉଥିବା ଭାରତୀୟ ରେଳପଥର ପ୍ରାୟ ୫୫୪ ରେଳ ଷ୍ଟେଶନର ପୁନଃବିକାଶ ସାଙ୍ଗକୁ ୧୫୦୦ ରେଳ ରୋଡ ଓଭର ବ୍ରିଜ ଏବଂ ଅଣ୍ଡରପାସ୍‌ର ଶିଳାନ୍ୟାସ ସହ ଉଦ୍‌ଘାଟନ ସୋମବାର ସାରା ଦେଶରେ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି ମୋଟ ୪୧,୦୦୦ କୋଟି ଟଙ୍କା ବ୍ୟୟ ବରାଦର ଉପରୋକ୍ତ ସଂଖ୍ୟକ ଶିଳାନ୍ୟାସ ଓ ଉଦ୍‌ଘାଟନ ଭିସି ଜରିଆରେ କରିବେ ବୋଲି ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅବସରରେ ଭାରତୀୟ ରେଳପଥର ପ୍ରମୁଖ ଜୋନ୍‌ ପୂର୍ବତଟ ରେଳପଥ (ଓଡ଼ିଶା)ରେ୨୧ଟି ଷ୍ଟେଶନର ପୁନଃବିକାଶ ଏବଂ ୫୨ଟି ରେଳ ରୋଡ ଓଭର ବ୍ରିଜ ଏବଂ ଅଣ୍ଡରପାସ୍‌ର ଶିଳାନ୍ୟାସ ସହ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ରହିଛି।

ଅପରପକ୍ଷରେ ଅମ୍ରିତ ଷ୍ଟେଶନ୍‌ ସ୍କିମ୍‌ ଅଧୀନ ପୂର୍ବତଟ ରେଳ ପ୍ରାଧିକରଣରେ ଥିବା ୫୭ଟି ରେଳ ଷ୍ଟେଶନ୍‌ (ଓଡ଼ିଶାର ମଧ୍ୟ ୫୭ଟି ଷ୍ଟେଶନ୍‌ ପୁନର୍ନିମାଣ କରାଯାଉଛି)ଯଥା ଅନୁଗୋଳ,ବାଦାମପାହାଡ଼, ବଲାଙ୍ଗୀର, ବାଲେଶ୍ୱର, ବାଲୁଗାଁ, ବଡ଼ବିଲ, ବରଗଡ଼ ରୋଡ଼, ବାରିପଦା, ବରପାଲି, ବେଲପାହାଡ, ବେତନଟୀ, ଭଦ୍ରକ, ଭବାନୀପାଟଣା, ଭୁବନେଶ୍ୱର, ବିମଳାଗଡ଼, ବ୍ରହ୍ମପୁର, ବ୍ରଜରାଜନଗର, ଛତ୍ରପୁର, କଟକ, ଦାମନଯୋଡ଼ି, ଢେଙ୍କାନାଳ, ଗୁଣପୁର, ହରିଶଙ୍କର ରୋଡ଼, ହୀରାକୁଦ, ଯାଜପୁର-କେନ୍ଦୁଝର ରୋଡ଼, ଜଳେଶ୍ୱର, ଜେରୋଳୀ, ଜୟପୁର, ଝାରସୁଗୁଡ଼ା, ଝାରସୁଗୁଡ଼ା ରୋଡ଼, କଣ୍ଟାବାଞ୍ଜି, କେନ୍ଦୁଝରଗଡ଼, କେସିଙ୍ଗା, ଖରିଆର ରୋଡ଼, ଖୋର୍ଦ୍ଧା ରୋଡ଼, କୋରାପୁଟ, ଲିଙ୍ଗରାଜ ମନ୍ଦିର ରୋଡ଼, ମଞ୍ଚେଶ୍ୱର, ମେରାମୁଣ୍ଡୁଳି, ମୁନିଗୁଡ଼ା, ନୂଆ ଭୁବନେଶ୍ୱର, ପାନପୋଷ, ପାରାଦୀପ, ପାରଳାଖେମୁଣ୍ଡି, ପୁରୀ, ରଘୁନାଥପୁର, ରେଢ଼ାଖୋଲ, ରାଇରଙ୍ଗପୁର, ରାଜଗାଙ୍ଗପୁର, ରାୟଗଡ଼ା, ରାଉରକେଲା, ସାକ୍ଷୀଗୋପାଳ, ସମ୍ବଲପୁର, ସମ୍ବଲପୁର ସହର, ତାଳଚେର, ତାଳଚେର ରୋଡ଼, ଟିଟିଲାଗଡ଼ ଜଙ୍କଶନ ଆଦି ସାମିଲ ହୋଇଛି।

ସେହିପରି ପ୍ରଥମ ପର୍ଯ୍ୟାୟରେ ଗତ ବର୍ଷଠାରୁ କିଛି ପ୍ରମୁଖ ଷ୍ଟେଶନ୍‌ ପାଇଁ କାର୍ଯ୍ୟ ଆରମ୍ଭ ହୋଇସାରିଥିଲାବେଳେ ପୁନର୍ନିମାଣ କାର୍ଯ୍ୟ ପାଇଁ ୨୫ରେଳ ଷ୍ଟେଶନ୍‌ ଯଥା ସାକ୍ଷୀଗୋପାଳ, ମଞ୍ଚେଶ୍ୱର, ଢେଙ୍କାନାଳ, ଛତ୍ରପୁର, ଅନୁଗୋଳ, ରାଜଗାଙ୍ଗପୁର, ମେରାମୁଣ୍ଡୁଳି, ବାଲୁଗାଁ, ଲିଙ୍ଗରାଜ ମନ୍ଦିର ରୋଡ, ତାଳଚେର ରୋଡ, ଖୋର୍ଦ୍ଧା ରୋଡ, କଣ୍ଟାବାଞ୍ଜି, ବରଗଡ଼ ରୋଡ, ହୀରାକୁଦ, ରେଢ଼ାଖୋଲ, ବରପାଲି, ମୁନିଗୁଡ଼ା, ବଲାଙ୍ଗୀର, ହରିଶଙ୍କର ରୋଡ, ଜଳେଶ୍ୱର, ଭବାନୀପାଟଣା, ଖରିଆର ରୋଡ, ବଡ଼ବିଲ, ବାରିପଦା ଏବଂ ଦାମନଯୋଡ଼ି ଷ୍ଟେଶନ୍‌ ସାମିଲ ରହିଛି।

ଉଲ୍ଲେଖଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସ ଜରିଆରେ ଅମୃତ ଭାରତ ଯୋଜନା ଅନ୍ତର୍ଗତ ଷ୍ଟେଶନର ପୁନର୍ନିମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଇଥିଲେ। ଯେଉଁଥିରେ ଓଡ଼ିଶାର ୨୫ରୁ ଅଧିକ ଷ୍ଟେଶନ୍‌ ଅନ୍ତର୍ଭୂକ୍ତ କରାଯାଇଥିଲା। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାରେ ଆହୁରି ୨୧ଟି ଷ୍ଟେଶନର ମୂଳଦୁଆ ପକାଇବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟାଟା ଗ୍ରୁପ୍‌ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ

ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?