ନବୀନଙ୍କ ବଡ଼ ଘୋଷଣା: ଆଉ ୧୦ ବର୍ଷ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୧୭।୮: ହକିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ଆହୁରୀ ୧୦ ବର୍ଷ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ସମ୍ବର୍ଦ୍ଧନା ଦେବା ସହ ନବୀନ ଏହି ବଡ଼ ଘୋଷଣା କରିଛନ୍ତି। ତଦନୁଯାୟୀ ୨୦୩୩ ଯାଏ ଭାରତୀୟ ହକି ଟିମ୍‌ର ଓଡ଼ିଶା ପ୍ରାୟୋଜକ ରହିବ। କାରଣ ପୂର୍ବରୁ ୨୦୨୩ ଯାଏ ରାଜ୍ୟ ସରକାର ହକି ଇଣ୍ଡିଆ ସହ ଏହି ଚୁକ୍ତି କରିଥିଲେ। ଏହି ଘୋଷଣା କରିବା ପରେ ଭାରତୀୟ ପୁରୁଷ ଏବଂ ମହିଳା ଟିମ୍‌ର ଅଧିନାୟକ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ପ୍ରକାଶ ଯେ, ଜାତୀୟ କ୍ରୀଡାର ପ୍ରାୟୋଜକ ହୋଇ ଓଡ଼ିଶା ବେଶ ପ୍ରଶଂସା ସାଉଁଟିଛି। ବିଶେଷଭାବେ ଅଲିମ୍ପିକ୍ସରେ ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ହକି ଦଳ ପଦକ ଜିତିବା ପରେ ସମଗ୍ର ଦେଶ ରାଜ୍ୟ ଏବଂ ନବୀନଙ୍କୁ ପ୍ରଶଂସା କରିଥିଲା। ଭାରତୀୟ ମହିଳା ହକି ଟିମ୍‌ର ଅଧିନାୟିକା ମଧ୍ୟ ଅନ୍ୟ ରାଜ୍ୟମାନେ ଓଡ଼ିଶାକୁ ଅନୁକରଣ କରିବା ସହ ଗୋଟିଏ ଗୋଟିଏ ଖେଳକୁ ଆପଣାନ୍ତୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?