Posted inଖେଳ

ଓଡ଼ିଶା ଓମେନ୍ସ ଫୁଟବଲ ଲିଗ୍‌ : ରେଲ୍‌ଓ୍ବେ, କ୍ରୀଡ଼ା ଛାତ୍ରାବାସ, ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ

ଭୁବନେଶ୍ୱର, ୧୬।୩(କ୍ରୀଡ଼ା ପ୍ରତିନିଧି)-
ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ)ର ରବିବାର ଅନୁଷ୍ଠିତ ୩ଟି ମ୍ୟାଚରେ ଇଷ୍ଟକୋଷ୍ଟ ରେଲ୍‌ଓ୍ବେ, ସ୍ପୋଟର୍‌ସ ହଷ୍ଟେଲ ଓ ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ ହୋଇଛି।
କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ମ୍ୟାଚରେ ଇଷ୍ଟକୋଷ୍ଟ ରେଲ୍‌ଓ୍ବେ ୩-୦ ଗୋଲରେ ଓଡ଼ିଶା ପୋଲିସକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ସରୋଜିନୀ ତିର୍କୀ ୩୩ ଓ ୯୦ତମ ମିନିଟରେ ୨ଟି ଏବଂ ତାରା ଖାତୁନ ୪୯ତମ ମିନିଟରେ ଗୋଟିଏ ଗୋଲ ଦେଇଥିଲେ। ଏହି ପଡ଼ିଆରେ ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚରେ ରାଇଜିଂ ଷ୍ଟୁଡେଣ୍ଟ ୫-୦ ଗୋଲରେ ଓଜିପି କ୍ଲବକୁ ପରାସ୍ତ କରିଛି। ରାଇଜିଂ ଅଧିନାୟିକା ସତ୍ୟବତୀ ଖାଡ଼ିଆ ୬୦ ଓ ୭୬ ଏବଂ ସୁମିତ୍ରା ଖାଲ୍‌କୋ ୫୦ ଓ ୫୯ତମ ମିନିଟରେ ୨ଟି ଲେଖାଏ ଏବଂ ଯଶୋଦା ମୁଣ୍ଡା ୪୨ତମ ମିନିଟରେ ଗୋଟିଏ ଗୋଲ ଦେଇଥିଲେ।
କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ସ୍ପୋଟର୍‌ସ ହଷ୍ଟେଲ ୬-୪ ଗୋଲରେ ସାଇ-ଏସ୍‌ଟିସିକୁ ପରାସ୍ତ କରିଛି। ବିଜୟୀ ଦଳର ଦୀପ୍ତିରାଣୀ କୁଜୁର ୬୭, ୮୩ ଓ ୮୮ତମ ମିନିଟରେ ୩ଟି, ମନୀଷା ନାଏକ ୬ଷ୍ଠ ଓ ୪୫+୪ତମ ମିନିଟରେ ୨ଟି ଏବଂ ଶ୍ରୀଦେବୀ ହାଁସଦା ୨୪ତମ ମିନିଟରେ ଗୋଟିଏ ଗୋଲ ଦେଇଥିଲେ। ସାଇ ପକ୍ଷରୁ ଦୀପା ନାୟକ ୨୨, ୭୫ ଓ ୮୦ତମ ମିନିଟରେ ୩ଟି ଏବଂ ବର୍ଷା ମହାକୁଡ଼ ୩୪ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ୧୮ ତାରିଖରେ ଓଡ଼ିଶା ପୋଲିସ-ସାଇ ଏସ୍‌ଟିସି, ରେଲ୍‌ଓ୍ବେ-ଓଜିପି ଏବଂ ସ୍ପୋଟର୍‌ସ ହଷ୍ଟେଲ-ରାଇଜିଂ ଷ୍ଟୁଡେଣ୍ଟ ମଧ୍ୟରେ ମୁକାବିଲା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri