Posted inଖେଳ

ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟ୍‌ବଲ: ରେଲଓ୍ବେ, ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ

ଭୁବନେଶ୍ୱର, ୧୯।୩(କ୍ରୀଡ଼ା ପ୍ରତିନିଧି)-ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ)ର ଗୁରୁବାର ଅନୁଷ୍ଠିତ ମ୍ୟାଚରେ ଇଷ୍ଟକୋଷ୍ଟ ରେଲଓ୍ବେ ଓ ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ ହୋଇଛି।
କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ମ୍ୟାଚରେ ଇଷ୍ଟକୋଷ୍ଟ ରେଲଓ୍ବେ ୩-୦ ଗୋଲରେ ଓଜିପି କ୍ଲବକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ସରୋଜିନୀ ତିର୍କୀ ୩୯, ସୁପ୍ରିୟା ରାଉତରାୟ ୭୦ ଓ ତାରା ଖାତୁନ ୯୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ପଡ଼ିଆରେ ଅନୁଷ୍ଠିତ ସାଇ ଏସଟିସି-ଓଡ଼ିଶା ପୋଲିସ ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ଓଡ଼ିଶା ପୋଲିସ ପକ୍ଷରୁ କରିସ୍ମା ଓରାମ ୮ମ ମିନିଟରେ ଗୋଲ ଦେଇଥିବାବେଳେ ସାଇର ଇଭା ପାନ୍ନା ୭୩ତମ ମିନିଟରେ ଗୋଲଟିକୁ ପରିଶୋଧ କରି ଦେଇଥିଲେ। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ରାଇଜିଂ ଷ୍ଟୁଡେଣ୍ଟ କ୍ଲବ ୪-୨ ଗୋଲରେ କ୍ରୀଡ଼ା ଛାତ୍ରାବାସ ଦଳକୁ ପରାସ୍ତ କରିଛି। ରାଇଜିଂର ଅଧିନାୟିକା ସତ୍ୟବତୀ ଖାଡ଼ିଆ ୮ମ ଓ ୪୫ତମ ମିନିଟରେ ୨ଟି ଓ ଯଶୋଦା ମୁଣ୍ଡା ୫୫ତମ ମିନିଟରେ ଗୋଟିଏ ଗୋଲ ଦେଇଥିଲେ। କ୍ରୀଡ଼ା ଛାତ୍ରାବାସର ସାଲେଗା ମାଝି ଏକ ଆତ୍ମଘାତୀ ଗୋଲ ଦେଇଥିବାବେଳେ ସୁସ୍ମିତା ତନ୍ତି ୩୧ ଓ ସଙ୍ଗୀତା ଦାସ ୬୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ପରିଶୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?