Posted inଖେଳ

ଓଡ଼ିଶା ଓମେନ୍ସ ଲିଗ୍‌: ସାଇ- ଏସ୍‌ଟିସି, ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ

ଭୁବନେଶ୍ୱର,୭।୩(ସ୍ପୋର୍ଟ୍ସ ବ୍ୟୁରୋ): ଏଠାରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟଏଲ୍‌)ରେ ଶନିବାର ଦୁଇଟି ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା ଓ ଏଥିରେ ସାଇ- ଏସ୍‌ଟିସି ଓ ରାଇଜିଂ ଷ୍ଟୁଡେଣ୍ଟ ବିଜୟ ହାସଲ କରିଛନ୍ତି। ଲିଗ୍‌ର ପଞ୍ଚମ ମ୍ୟାଚ୍‌ରେ ସାଇ-ଏସ୍‌ଟିସି ୨-୧ ଗୋଲରେ ଓଜିପି କ୍ଲବ୍‌କୁ ହରାଇଛି। ସାଇ ପକ୍ଷରୁ ଦୀପା ନାୟକ ଅଷ୍ଟମ ଓ ୪୭ତମ ମିନିଟ୍‌ରେ ଦୁଇଟି ଗୋଲ ସ୍କୋର କରିଥିବା ବେଳେ ଓଜିପି ତରଫରୁ ୨୬ତମ ମିନିଟ୍‌ରେ ଏ. କ୍ରିତିକା ଗୋଟିଏ ଗୋଲ ଦେଇଥିଲେ। ଜ୍ୟୋତିରଞ୍ଜନ ସ୍ବାଇଁ, ଦୁର୍ଗାମାଧମ ଆଚାର୍ଯ୍ୟ, ଚନ୍ଦ୍ରକାନ୍ତ ବାରିକ, ବିଚିତ୍ର ପ୍ରଧାନ ଓ ସୁଦୀପ୍ତା ଦାହ ମ୍ୟାଚ ପରିଚାଳନା କରିଥିଲେ।
ସେହିପରି ଲିଗ୍‌ର ଷଷ୍ଠ ମ୍ୟାଚ୍‌ରେ ରାଇଜିଂ ଷ୍ଟୁଡେଣ୍ଟ ୧-୦ ଗୋଲରେ ଇଷ୍ଟ କୋଷ୍ଟ ରେଲଓ୍ବେକୁ ହରାଇଛି। ରାଇଜିଂ ତରଫରୁ ୬୫ତମ ମିନିଟ୍‌ରେ ଭାରତୀ ଦାସ ମ୍ୟାଚ୍‌ର ଏକମାତ୍ର ଗୋଲ ସ୍କୋର କରିଥିଲେ। ଚିତ୍ରାମ୍ବଦା ପାତ୍ର, ଦିଗ୍‌ବିଜୟ ଦାସ, ଲକ୍ଷ୍ମୀପ୍ରସାଦ ନାୟୁଡୁ, ବିଷ୍ଣୁପ୍ରିୟା ଦାସ ଓ ଦୁର୍ଗାମାଧବ ନାୟକ ଏହି ମ୍ୟାଚ୍‌ ପରିଚାଳନା କରିଥିଲେ। ୮ ତାରିଖ ସୋମବାର ୩ଟି ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ସାଇ-ଏସ୍‌ଟିସି ଓ ଇଷ୍ଟକୋଷ୍ଟ ରେଲଓ୍ବେ, ଦ୍ୱିତୀୟ ମ୍ୟାଚ୍‌ରେ ଓଡ଼ିଶା ପୋଲିସ ଓ ରାଇଜିଂ ଷ୍ଟୁଡେଣ୍ଟ କ୍ୟାପିଟାଲ ଗ୍ରାଉଣ୍ଡରେ ମୁହାଁମୁହିଁ ହେବେ। ସେହିପରି ତୃତୀୟ ମ୍ୟାଚ୍‌ରେ ସ୍ପୋଟର୍‌ସ ହଷ୍ଟେଲ ଓ ଓଜିପି କ୍ଲବ ଯଥାକ୍ରମେ କଳିଙ୍ଗ ଷ୍ଟାଡିୟମରେ ପରସ୍ପରକୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri