Posted inଖେଳ

ଓଡ଼ିଶା ଓମେନ୍ସ ଲିଗ୍‌ ଉଦ୍‌ଘାଟିତ: ଉଦ୍‌ଘାଟନୀ ମ୍ୟାଚ୍‌ରେ ସ୍ପୋର୍ଟ୍ସ ହଷ୍ଟେଲର ବୃହତ୍‌ ବିଜୟ

ଭୁବନେଶ୍ୱର,୧।୩(ସ୍ପୋର୍ଟ୍ସ ବ୍ୟୁରୋ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟବଲ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ)ର ମିଳିତ ଆନୁକୂଲ୍ୟରେ ଏହି ମେଗା ଇଭେଣ୍ଟ ରବିବାର ଆରମ୍ଭ ହୋଇଛି। ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ୍‌ରେ ସ୍ପୋଟର୍‌ସ ହଷ୍ଟେଲ ୬-୧ ଗୋଲରେ ଓଡ଼ିଶା ପୋଲିସକୁ ହରାଇ ବୃହତ୍‌ ବିଜୟ ହାସଲ କରିଛି। ସ୍ପୋଟର୍‌ସ ହଷ୍ଟେଲ ତରଫରୁ ମନୀଷା ନାଏକ ଓ ମାଳତୀ ମୁଣ୍ଡା ୩ଟି ଲେଖାଏ ଗୋଲ ସ୍କୋର କରି ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ଅପରପକ୍ଷରେ ଓଡ଼ିଶା ପୋଲିସ ତରଫରୁ ବଦଳ ଖେଳାଳି ସୋନାଲି ଓରାମ ୫୩ତମ ମିନିଟ୍‌ରେ ଗୋଲ ଦେଇଥିଲେ। ସେ ଅଧିନାୟିକା ମନୀଷା ତୀର୍କିଙ୍କ ବଦଳରେ ୧୮ତମ ମିନିଟ୍‌ରେ ପଡିଆରେ ପ୍ରବେଶ କରିଥିଲେ। ପୂରା ମ୍ୟାଚ୍‌ରେ ସ୍ପୋଟର୍‌ସ ହଷ୍ଟେଲ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ମନୀଷା ନାଏକ ୨୩, ୫୮ ଓ ୭୭ ମିନିଟ୍‌ରେ ଗୋଲ ଦେଇଥିଲେ। ସେହିପରି ମାଳତୀ ୧୨, ୨୯, ୬୮ତମ ମିନିଟ୍‌ରେ ୩ଟି ଗୋଲ ଦେଇଥିଲେ। ବିଷ୍ଣୁପ୍ରିୟା ଦାସ, ସୁଲତାନା ପରବୀନ, ଅମିରା ପ୍ରଧାନ,ବିଚିତ୍ର ପ୍ରଧାନ ଓ ଦୁର୍ଗାମାଧମ ନାଏକ ମ୍ୟାଚ୍‌ ପରିଚାଳନା କରିଥିଲେ।
ରବିବାର ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ସ୍ବତନ୍ତ୍ର ସଚିବ ଭିନିଲ୍‌ କ୍ରିଷ୍ଣା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଫାଓ ସମ୍ପାଦକ ଆଶୀର୍ବାଦ ବେହେରା, ଯୁଗ୍ମ ସମ୍ପାଦକ ଅଭିଜିତ ପାଲ୍‌, କୋଷାଧ୍ୟକ୍ଷ ଭକ୍ତବଲ୍ଲଭ ଦାସ, ଉପସଭାପତି ବିଜୟ ଦାସ, ଦିଲୀପ କୁମାର ସାହୁ, ହୃଦୟ ରଞ୍ଜନ ବେହେରା, ଫାଓ ସଦସ୍ୟ ସୌର୍ଯ୍ୟରଞ୍ଜନ ପରିଜା, ୧୫ ବର୍ଷରୁ କମ୍‌ ଜାତୀୟ ଦଳ କୋଚ୍‌ ଶୁଭେନ୍ଦୁ ପଣ୍ଡା ଓ କ୍ରୀଡ଼ା ବିଭାଗ ଓଏସ୍‌ଡି ସୁମିତ ପାଣ୍ଡେ ପ୍ରମୁଖ ଉପସ୍ଥିତ ଥିଲେ। ଲିଗ୍‌ର ମ୍ୟାଚ୍‌ଗୁଡିକ କଳିଙ୍ଗ ଷ୍ଟାଡିୟମ୍‌ ଓ କ୍ୟାପିଟାଲ ହାଇସ୍କୁଲ ପଡିଆରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri