Posted inଖେଳ

ଓଡ଼ିଶା ଓମେନ୍ସ ଲିଗ୍‌ ଉଦ୍‌ଘାଟିତ: ଉଦ୍‌ଘାଟନୀ ମ୍ୟାଚ୍‌ରେ ସ୍ପୋର୍ଟ୍ସ ହଷ୍ଟେଲର ବୃହତ୍‌ ବିଜୟ

ଭୁବନେଶ୍ୱର,୧।୩(ସ୍ପୋର୍ଟ୍ସ ବ୍ୟୁରୋ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟବଲ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ)ର ମିଳିତ ଆନୁକୂଲ୍ୟରେ ଏହି ମେଗା ଇଭେଣ୍ଟ ରବିବାର ଆରମ୍ଭ ହୋଇଛି। ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ୍‌ରେ ସ୍ପୋଟର୍‌ସ ହଷ୍ଟେଲ ୬-୧ ଗୋଲରେ ଓଡ଼ିଶା ପୋଲିସକୁ ହରାଇ ବୃହତ୍‌ ବିଜୟ ହାସଲ କରିଛି। ସ୍ପୋଟର୍‌ସ ହଷ୍ଟେଲ ତରଫରୁ ମନୀଷା ନାଏକ ଓ ମାଳତୀ ମୁଣ୍ଡା ୩ଟି ଲେଖାଏ ଗୋଲ ସ୍କୋର କରି ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ଅପରପକ୍ଷରେ ଓଡ଼ିଶା ପୋଲିସ ତରଫରୁ ବଦଳ ଖେଳାଳି ସୋନାଲି ଓରାମ ୫୩ତମ ମିନିଟ୍‌ରେ ଗୋଲ ଦେଇଥିଲେ। ସେ ଅଧିନାୟିକା ମନୀଷା ତୀର୍କିଙ୍କ ବଦଳରେ ୧୮ତମ ମିନିଟ୍‌ରେ ପଡିଆରେ ପ୍ରବେଶ କରିଥିଲେ। ପୂରା ମ୍ୟାଚ୍‌ରେ ସ୍ପୋଟର୍‌ସ ହଷ୍ଟେଲ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ମନୀଷା ନାଏକ ୨୩, ୫୮ ଓ ୭୭ ମିନିଟ୍‌ରେ ଗୋଲ ଦେଇଥିଲେ। ସେହିପରି ମାଳତୀ ୧୨, ୨୯, ୬୮ତମ ମିନିଟ୍‌ରେ ୩ଟି ଗୋଲ ଦେଇଥିଲେ। ବିଷ୍ଣୁପ୍ରିୟା ଦାସ, ସୁଲତାନା ପରବୀନ, ଅମିରା ପ୍ରଧାନ,ବିଚିତ୍ର ପ୍ରଧାନ ଓ ଦୁର୍ଗାମାଧମ ନାଏକ ମ୍ୟାଚ୍‌ ପରିଚାଳନା କରିଥିଲେ।
ରବିବାର ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ସ୍ବତନ୍ତ୍ର ସଚିବ ଭିନିଲ୍‌ କ୍ରିଷ୍ଣା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଫାଓ ସମ୍ପାଦକ ଆଶୀର୍ବାଦ ବେହେରା, ଯୁଗ୍ମ ସମ୍ପାଦକ ଅଭିଜିତ ପାଲ୍‌, କୋଷାଧ୍ୟକ୍ଷ ଭକ୍ତବଲ୍ଲଭ ଦାସ, ଉପସଭାପତି ବିଜୟ ଦାସ, ଦିଲୀପ କୁମାର ସାହୁ, ହୃଦୟ ରଞ୍ଜନ ବେହେରା, ଫାଓ ସଦସ୍ୟ ସୌର୍ଯ୍ୟରଞ୍ଜନ ପରିଜା, ୧୫ ବର୍ଷରୁ କମ୍‌ ଜାତୀୟ ଦଳ କୋଚ୍‌ ଶୁଭେନ୍ଦୁ ପଣ୍ଡା ଓ କ୍ରୀଡ଼ା ବିଭାଗ ଓଏସ୍‌ଡି ସୁମିତ ପାଣ୍ଡେ ପ୍ରମୁଖ ଉପସ୍ଥିତ ଥିଲେ। ଲିଗ୍‌ର ମ୍ୟାଚ୍‌ଗୁଡିକ କଳିଙ୍ଗ ଷ୍ଟାଡିୟମ୍‌ ଓ କ୍ୟାପିଟାଲ ହାଇସ୍କୁଲ ପଡିଆରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri