Posted inଖେଳ

ଓଡ଼ିଶା ଓମେନ୍ସ ଲିଗ୍‌: ଓଜିପିକୁ ହରାଇଲା ରେଲଓ୍ବେ

ଭୁବନେଶ୍ୱର, ୩।୩(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ)ର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଇଷ୍ଟକୋଷ୍ଟ ରେଲଓ୍ବେ ୩-୧ ଗୋଲରେ ଓଜିପି କ୍ଲବକୁ ପରାସ୍ତ କରିଛି। କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ମ୍ୟାଚର ୨୩ତମ ମିନିଟରେ ସରୋଜିନୀ ତିର୍କୀ ଏକ ଗୋଲ ଦେଇ ରେଲଓ୍ବେକୁ ଅଗ୍ରଣୀ କରାଇଥିଲେ। ୬୩ତମ ମିନିଟରେ ପ୍ରତିମା ମିଞ୍ଜ ଆଉ ଏକ ଗୋଲ ସ୍କୋର କରି ଦଳର ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇଥିଲେ। ମ୍ୟାଚଟି ୨-୦ ଗୋଲରେ ରେଲଓ୍ବେ ସପକ୍ଷରେ ଶେଷ ହେବାକୁ ଯାଉଥିବାବେଳେ ୯୦ତମ ମିନିଟରେ ଓଜିପିର ସୋନିଆ ଏକ୍କା ଏକ ଗୋଲ ପରିଶୋଧ କରି ମ୍ୟାଚରେ ରୋମାଞ୍ଚ ଭରିଥିଲେ। ତେବେ ଅତିରିକ୍ତ ସମୟ ଅର୍ଥାତ୍‌ ୯୦+୬ ମିନିଟରେ ରେଲଓ୍ବେର ତାରା ଖାତୁନ ଗୋଟିଏ ଗୋଲ ଦେଇ ଉତ୍କଣ୍ଠାର ଅବସାନ ଘଟାଇଥିଲେ। ରେଲଓ୍ବେ ଦଳର ସରୋଜିନୀ ତିର୍କୀ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ଚିତ୍ରାମ୍ବଦା ପାତ୍ର, ସୁଲତାନା ପରବିନ, ଚନ୍ଦ୍ରକାନ୍ତ ବାରିକ ଓ ବିଚିତ୍ର ପ୍ରଧାନ ମ୍ୟାଚ ପରିଚାଳନା କରିଥିଲେ। ଦୁର୍ଗା ମାଧବ ନାଏକ ମ୍ୟାଚ କମିଶନର ଥିଲେ। ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟ ଅତିଥିଭାବେ ଯୋଗ ଦେଇଥିଲେ। ବୁଧବାର କଳିଙ୍ଗ ଷ୍ଟାଡିୟମରେ ସ୍ପୋଟର୍‌ସ ହଷ୍ଟେଲ ଓ ରାଇଜିଂ ଷ୍ଟୁଡେଣ୍ଟ କ୍ଲବ ମଧ୍ୟରେ ମ୍ୟାଚ ଅପରାହ୍ନ ୩ଟାରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri