Posted inଖେଳ

ବିଜୟ ସହ ଓଡ଼ିଶା ମହିଳା, ପୁରୁଷ ଦଳର ଅଭିଯାନ

ଭୁବନେଶ୍ୱର, ୧୨।୬ (ତପନ ସ୍ବାଇଁ): ଜାତୀୟ ସିନିୟର ପେନ୍‌ଚାକ ସିଲାଟ ଚାମ୍ପିୟନଶିପ୍‌ (ମହିଳା ଓ ପୁରୁଷ)ର ଦ୍ୱାଦଶ ସଂସ୍କରଣ ମଙ୍ଗଳବାର କିଟ୍‌ ବିଶ୍ୱବିଦ୍ୟାଳୟର ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶା ପେନ୍‌ଚାକ ସିଲାଟ ଆସୋସିଏଶନ ଆନୁକୂଲ୍ୟରେ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ୯୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। କଳିଙ୍ଗ କମର୍ସିଆଲ କର୍ପୋରେଶନ (କେସିସିଏଲ୍‌)ର ଉପସଭାପତି ଅଭିଷେକ ଦେବୀଦତ୍ତ ସାମଲ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଛନ୍ତି। କିଟ୍‌ ଓ କିସ୍‌ର କ୍ରୀଡ଼ା ମହାନିର୍ଦ୍ଦେଶକ ତଥା ଓଡ଼ିଶା ଭଲିବଲ ଆସୋସିଏଶନ ସମ୍ପାଦକ ଗଗନେନ୍ଦୁ ଦାଶ, ଭାରତୀୟ ପେନ୍‌ଚାକ୍‌ ସିଲାଟ ଫେଡେରେଶନ ସଭାପତି କିଶୋର ୟାଓ୍ବଲେ, ଅଧ୍ୟକ୍ଷ ମହମ୍ମଦ ଇକବାଲ, ସମ୍ପାଦକ ତାରିକ୍‌ ଅହମଦ ଜାର୍ଗର, ଓଡ଼ିଶା ପେନ୍‌ଚାକ ସିଲାଟ ଆସୋସିଏଶନ ସଭାପତି ତାପସ ରାୟ ଚୌଧୁରୀ, ସମ୍ପାଦକ ପ୍ରେମ୍‌ ସିଂ ଥାପ୍ପା, ଖୋର୍ଦ୍ଧା ପେନ୍‌ଚାକ ସିଲାଟ ଆସୋସିଏଶନ ଅଧ୍ୟକ୍ଷ ସଚିନ ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ।
ପ୍ରଥମ ଦିବସରେ ଅନୁଷ୍ଠିତ ପ୍ରତିଯୋଗିତା ମଧ୍ୟରେ ପୁରୁଷ ୪୫ରୁ ୫୦ କେଜି ବର୍ଗରେ ଓଡ଼ିଶା ଉତ୍ତର ପ୍ରଦେଶକୁ ହରାଇ ଅଭିଯାନ ଆରମ୍ଭ କରିଛି। ସେହିପରି ଛତିଶଗଡ଼କୁ ଗୋଆ ପରାସ୍ତ କରିଛି। ମହିଳା ୪୫ରୁ ୫୦ କେଜି ବର୍ଗରେ ରାଜସ୍ଥାନକୁ ଓଡ଼ିଶା ଓ ଲାକ୍ଷାଦ୍ୱୀପକୁ ତାମିଲନାଡ଼ୁ ହରାଇ ଦେଇଛି। ପୁରୁଷ ୬୫ କେଜିରୁ ୭୦ କେଜି ବର୍ଗରେ ମିଜୋରାମକୁ ଜମ୍ମୁ କଶ୍ମୀର ଏବଂ ପଶ୍ଚିମବଙ୍ଗକୁ କର୍ନାଟକ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri