ଦିଲ୍ଲୀ ହୁରିକେନ୍ସକୁ ପରାସ୍ତ କରି ଓଡ଼ିଶା ମହିଳା ରଗ୍‌ବୀ ଦଳ ଚାମ୍ପିୟନ

ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ, ଓଡ଼ିଶା ରଗ୍‌ବୀ ଫୁଟବଲ ଆସୋସିଏଶନ (ଓଆରଏଫ୍‌ଏ), ରାଜ୍ୟ କ୍ରୀଡ଼ା ବିଭାଗ ଓ କିଟ୍‌ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଜାତୀୟ ୧୫ଏସ୍‌ ମହିଳା ଡିଭିଜନ-୧ ରଗ୍‌ବୀ ଚାମ୍ପିୟନଶିପ୍‌ ଶେଷ ହୋଇଛି। କିଟ୍‌ର ରାହୁଲ ବୋଷ ରଗ୍‌ବୀ ଷ୍ଟାଡିୟମରେ ଫେବୃଆରୀ ୨୬ରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟରେ ଓଡ଼ିଶା ମହିଳା ରଗ୍‌ବୀ ଦଳ ଚାମ୍ପିୟନ ହୋଇଛି। ପ୍ରତିଯୋଗିତାରେ ୭ ମହିଳା ଦଳର ମୋଟ ୧୮୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଫାଇନାଲରେ ଓଡ଼ିଶା ଦଳ ୬୯-୫ରେ ଦିଲ୍ଲୀ ହୁରିକେନ୍ସକୁ ପରାସ୍ତ କରିଥିଲା। ଓଡ଼ିଶା ଦଳରେ ଅଧିନାୟିକା ହୁପି ମାଝିଙ୍କ ସମେତ କିସ୍‌ (କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସେସ)ର ୨୦ ବାଳିକା ସାମିଲ ଥିଲେ।

ଉଦ୍‌ଯାପନୀ ଉତ୍ସବରେ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି, ରଗ୍‌ବୀ ଇଣ୍ଡିଆ ସଭାପତି ତଥା ଚଳଚ୍ଚିତ୍ର ଅଭିନେତା ରାହୁଲ ବୋଷ, ଉପସଭାପତି ସନୟା ମେହଟା ଭ୍ୟାସ, ଓଆରଏଫ୍‌ଏ ସମ୍ପାଦକ ଉପେନ୍ଦ୍ର କୁମାର ମହାନ୍ତି ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। କିଟ୍‌ ପରିସରରେ ଏହି ଟୁର୍ନାମେଣ୍ଟ ଆୟୋଜନ କରିଥିବାରୁ ରଗ୍‌ବୀ ଇଣ୍ଡିଆ ଓ ଓଆରଏଫ୍‌ଏକୁ ଧନ୍ୟବାଦ ସହ ଅଚ୍ୟୁତ ସାମନ୍ତ ଚାମ୍ପିୟନ ଓ ରନରଅପ୍‌ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri