ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ମାଛ ଉତ୍ପାଦନ ଓ ରପ୍ତାନି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଦୁଇଟି ଜାତୀୟ ପୁରସ୍କାର। ଭାରତ ସରକାରଙ୍କ ମତ୍ସ୍ୟ, ପଶୁସମ୍ପଦ ଓ ଗୋପାଳନ ବିଭାଗ ପକ୍ଷରୁ ଶନିବାର ନୂଆଦିଲ୍ଲୀଠାରେ ବିଶ୍ୱ ମତ୍ସ୍ୟ ଦିବସ ପାଳନ ଅବସରରେ ଓଡ଼ିଶାକୁ ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ ପୁରସ୍କାର ପ୍ରଦାନ କରାଯାଇଛି। ସେହିଭଳି କଳାହାଣ୍ଡି ଜିଲାକୁ ଶ୍ରେଷ୍ଠ ଆଭ୍ୟନ୍ତରୀଣ ମତ୍ସ୍ୟ ଜିଲା ପୁରସ୍କାର ମିଳିଛି। ବିଭାଗୀୟ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ସଞ୍ଜୀବ କୁମାର ବଲ୍ୟାନ ଅତିଥି ଭାବେ ଯୋଗଦେଇ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ ପୁରସ୍କାର ସହ ୧୦ଲକ୍ଷ ଟଙ୍କା ଓ ଶ୍ରେଷ୍ଠ ଆଭ୍ୟନ୍ତରୀଣ ମତ୍ସ୍ୟ ଜିଲା ପୁରସ୍କାର ସହ ୩ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ମିଳିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ ପୁରସ୍କାର ଗ୍ରହଣ କରିଥିବାବେଳେ ବିଭାଗର ଉପ ନିର୍ଦ୍ଦେଶକ ଶଶିକାନ୍ତ ଆଚାର୍ଯ୍ୟ ଶ୍ରେଷ୍ଠ ଆଭ୍ୟନ୍ତରୀଣ ମତ୍ସ୍ୟ ଜିଲା ପୁରସ୍କାର ଗ୍ରହଣ କରିଛନ୍ତି।

ଜାତୀୟ ନମୁନା ସର୍ବେକ୍ଷଣ କାର୍ଯ୍ୟକ୍ରମ(ଏନ୍‌ଏସ୍‌ଏସ୍‌ଓ)ଙ୍କ ଏକ ରିପୋର୍ଟ ଅନୁସାରେ, ଓଡ଼ିଶାରେ ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ଭଳି ଆନୁଷଙ୍ଗିକ କୃଷି କ୍ଷେତ୍ରରେ ଗତ ଦୁଇ ଦଶନ୍ଧି ମଧ୍ୟରେ ଚାଷୀଙ୍କ ଆୟର ଅଂଶଧନ ୧.୫%ରୁ ୨୬%କୁ ବୃଦ୍ଧି ପାଇଛି। ସେହିପରି ରାଜ୍ୟର ସାମୁଦ୍ରିକ ଦ୍ରବ୍ୟ ରପ୍ତାନି ଗତ ୫ବର୍ଷରେ ୭୮% ବୃଦ୍ଧି ପାଇଛି। ୨୦୧୪-୧୫ ବେଳକୁ ରପ୍ତାନିର ମୂଲ୍ୟ ୧,୮୧୭ କୋଟି ଟଙ୍କା ଥିବାବେଳେ ୨୦୧୯-୨୦ରେ ଏହା ୩,,୨୪୩ କୋଟି ଟଙ୍କାରେ ପହଞ୍ଚତ୍ଛି। ବର୍ତ୍ତମାନ ରାଜ୍ୟର ସାମୁଦ୍ରିକ ଦ୍ରବ୍ୟ ରପ୍ତାନି ୬,୬୦୦ ଟନ୍‌ ରହିଥିବାବେଳେ ଚିଙ୍ଗୁଡ଼ିର ପରିମାଣ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri