ତାମିଲନାଡ଼ୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ନନ୍ଦପୁର,୨୫ା୪(ଡି.ଏନ୍‌.ଏ.): ତାମିଲନାଡ଼ୁରେ ଏକ ପଥର ଖାଦାନରେ କାର୍ଯ୍ୟ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ମାରଡ଼ା ଗ୍ରାମର ନରସିଂହ କଅଁର(୨୮)। ରବିବାର ଅପରାହ୍ନରେ ନରସିଂହ ପଥର ଖାଦାନରେ କାମ କରୁଥିବା ବେଳେ ପଥର ତଳେ ଚାପି ହୋଇଯିବାରୁ ମୃତ୍ୟୁ ଘଟିଥିଲା। ନରସିଂହଙ୍କ ବାପା ସୀତାରାମ କଅଁର ଏହି ସୂଚନା ପାଇବା ପରେ ଜିଲା ଶ୍ରମ ବିଭାଗର ଅଧିକାରୀଙ୍କୁ ଜଣାଇଥିଲେ। ପରେ ଜିଲା ପ୍ରଶାସନ ତରଫରୁ ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗ କରାଯାଇ ସୋମବାର ଖାଦାନରୁ ମୃତଦେହ ବାହାର କରାଯାଇଛି। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହକୁ ମାରଡ଼ା ଗ୍ରାମକୁ ଅଣାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ମୃତଦେହକୁ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ବେଙ୍ଗାଲୁରୁ ବିମାନ ବନ୍ଦରକୁ ଅଣାଯିବ। ସେଠାରୁ ରାତି ୩ଟା ୩୦ରେ ବିମାନରେ ବିଶାଖାପାଟଣା ବିମାନ ବନ୍ଦରକୁ ଆସିବ। ସେଠାରେ ଅପେକ୍ଷା କରିଥିବା ଜିଲା ପ୍ରଶାସନର ଆମ୍ବୁଲାନ୍ସ ଯୋଗେ ନରସିଂହଙ୍କ ମୃତଦେହ ନିଜ ଗ୍ରାମ ମାରଡ଼ାକୁ ଅଣାଯିବା ବ୍ୟବସ୍ଥା ହୋଇଥିବା ଜିଲା ଶ୍ରମ ଅଧିକାରୀ ପ୍ରସନ୍ନ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ମୃତଦେହ ପହଞ୍ଚିବା ପରେ ସରକାରୀ ସହାୟତା ଓ କାର୍ଯ୍ୟକରୁ ଥିବା ଖାଦାନ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯାଇ ପରିବାରକୁ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଶ୍ରମ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri