ଓଡ଼ିଶାର ବନିତାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର

ନୂଆଦିଲ୍ଲୀ/ନବରଙ୍ଗପୁର,୨୫।୧: କ୍ଷୁଦ୍ର ଗ୍ରହ ଆବିଷ୍କାର କରିଥିବା ଓଡ଼ିଶାର ନବରଙ୍ଗପୁର ଜିଲାର ବନିତା ଦାସଙ୍କୁ ସୋମବାର ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରାଯାଇଛି। ଦିନ ୧୧ଟାରେ ସେ ମଧ୍ୟପ୍ରଦେଶର ଅନୁପପୁର ଜିଲାପାଳଙ୍କ କାର୍ଯ୍ୟାଳୟରୁ ଭିଡିଓ କନ୍‌ଫରେନ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଥିଲେ। ବନିତାଙ୍କୁ ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା ଓ ଇ-ସାର୍ଟିଫିକେଟ ମିଳିଛି। ଓଡ଼ିଶାର ଯୁବ ଜ୍ୟୋତିର୍ବିଜ୍ଞାନୀ ବନିତା ଦାସଙ୍କ ସମେତ ୨୯ ଜଣଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ଦିଆଯାଇଛି। ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ପ୍ରତିପାଦନ କରିଥିବା ଏହି ପିଲାମାନଙ୍କୁ ଚଳିତ ବର୍ଷର ମର୍ଯ୍ୟାଦାଜନକ ପୁରସ୍କାର ନିମନ୍ତେ ଚୟନ କରାଯାଇଥିଲା। ଇନୋଭେଶନ ପାଇଁ ୭ ଜଣ ପୁରସ୍କୃତ ହୋଇଥିବାବେଳେ ସାମାଜିକ ସେବା ଲାଗି ୪, ଶିକ୍ଷା କ୍ଷେତ୍ରକୁ ଅବଦାନ ଲାଗି ଜଣେ, କ୍ରୀଡ଼ା ପାଇଁ ୮, କଳା ଓ ସଂସ୍କୃତି ପାଇଁ ୬ ଏବଂ ସାହସିକତା ବର୍ଗରେ ୩ ଜଣଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି। ମୋଟ ୧୫ ବାଳକ ଓ ୧୪ ବାଳିକାଙ୍କୁ ପୁରସ୍କୃତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମାନଙ୍କ ସହ ଭିଡିଓ କନ୍‌ଫରେନ୍ସ ଜରିଆରେ କଥା ହୋଇଛନ୍ତି। ପ୍ରଥମ ଥର ଲାଗି ବ୍ଲକ୍‌ଚେନ୍‌ ଟେକ୍ନୋଲୋଜିରେ ପୁରସ୍କୃତମାନଙ୍କୁ ଡିଜିଟାଲ ସାର୍ଟିଫିକେଟ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶମନ୍ତ୍ରୀ ସ୍ମୃତି ଇରାନୀ, ଡ. ମୁଞ୍ଜପରା ମହେନ୍ଦ୍ରଭାଇ, ବିଭାଗୀୟ ରାଷ୍ଟ୍ରମନ୍ତ୍ରୀ ପ୍ରମୁଖ ଯୋଗ ଦେଇଥିଲେ।
ନବରଙ୍ଗପୁର ନୋଡାଲ ଆର୍‌ସିଡି ହାଇସ୍କୁଲ ପରିସରରେ ଡିଇଓଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ବନିତା ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ବାର୍ତ୍ତା ଦେଇଥିଲେ। ସେ ନିଜ ଅନୁଭୂତି ଓ ମହାକାଶ ବିଜ୍ଞାନର ବିଭିନ୍ନ ବିଷୟରେ ବୁଝାଇଥିଲେ। ପ୍ରଥମେ ନିଜେ ସ୍ବପ୍ନ ଦେଖି ତାହାକୁ ସଫଳ କରିବାକୁ ଚେଷ୍ଟା କର ବୋଲି ସେ ପିଲାମାନଙ୍କୁ କହିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ସୁପ୍ରିୟା ନାୟକ, ଏଡିଇଓ ରମେଶ ଲାଲଙ୍କ ସମେତ ୩୦୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିବରାମ ପାଣିଗ୍ରାହୀ, ଚିତ୍ତରଞ୍ଜନ ପଟ୍ଟନାୟକ, ବୈକୁଣ୍ଠ ନାଥ ଜେନା, ଭାରତୀ ବିଷୋୟୀଙ୍କ ସମେତ ବିଦ୍ୟାଳୟର ଅନେକ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ଥିଲେ।
ସୂଚନାନୁଯାୟୀ, ବନିତା ନବରଙ୍ଗପୁର ଜିଲା ଗାଦୁଆଗୁଡ଼ା ସାହିର ବନବିହାରୀ ଦାସ ଓ ଅନିତାଙ୍କ ଝିଅ। ସେ ଏବେ ମଧ୍ୟପ୍ରଦେଶର ଅନୁପୁରର ଜବାହର ନବୋଦୟ ବିଦ୍ୟାଳୟରେ ପଢୁଛନ୍ତି। ବନିତା ଜାନୁୟାରୀ ୨୦୨୧ରେ ଖାଗୋଲାଲା ଆଷ୍ଟ୍ରୋଏଡ ସର୍ଚ୍ଚ ଅଭିଯାନ (କେଏଏସ୍‌ସି)ରେ ଯୋଗ ଦେଇଥିଲେ। ସେଠାରେ ପିଲମାନଙ୍କୁ ଆଷ୍ଟ୍ରୋଏଡ ଚିହ୍ନଟ ତାଲିମ ଦିଆଯାଇଥିଲା। ସେ ହାୱାଇରେ ଅବସ୍ଥାପିତ ଟେଲିସ୍କୋପ ବ୍ୟବହାର କରି ଏକ ଆଷ୍ଟ୍ରୋଏଡ ଆବିଷ୍କାର କରିଥିଲେ। ନାସା, ହାର୍ଡିନ୍‌-ସିମନ୍ସ ୟୁନିଭରସିଟି ଏବଂ ଆନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ସନ୍ଧାନ ସହଯୋଗରେ ଉକ୍ତ କ୍ଷୁଦ୍ର ଗ୍ରହକୁ ସ୍ବୀକୃତି ଦିଆଯିବା ସହ ବନିତାଙ୍କ ନାମରେ ନାମିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?