ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର, ୩।୬: ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ବିଭାଗ ଏକ ବଡ଼ ଘୋଷଣା କରିଛି। ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତରୁ ୧୦ ଜଣ ହିତାଧିକାରୀଙ୍କୁ ଗୃହ ଯୋଜନା ଅନ୍ତର୍ଗତ ପକ୍କା ଘର ଯୋଗାଇ ଦିଆଯିବ। ଏହି ଯୋଜନା ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ କାର୍ଯ୍ୟକାରୀ ହେବ।

ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ଏହି ସୂଚନା ଦେଇ କହିଛନ୍ତି ଯେ, ଗରିବ ଓ ଭୂମିହୀନ ପରିବାରଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ପ୍ରତିବଦ୍ଧ। ଏହି ଯୋଜନା ଅନ୍ତୋଦୟ ଗୃହ ଯୋଜନା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏକ ଅଂଶ ଭାବେ କାର୍ଯ୍ୟ କରିବ। ମନ୍ତ୍ରୀ ଆହୁରି କହିଛନ୍ତି, “ଆମେ ନିଶ୍ଚିତ କରିବୁ ଯେ ପ୍ରତ୍ୟେକ ଯୋଗ୍ୟ ବ୍ୟକ୍ତି ଏହି ଯୋଜନାର ଲାଭ ପାଇବେ। ଏଥିପାଇଁ ଆଗାମୀ ୫ ଦିନ ମଧ୍ୟରେ ସମସ୍ତ ବ୍ଲକ ଡେଭଲପମେଣ୍ଟ ଅଫିସର (BDO) ମାନଙ୍କୁ ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।”

ଏହି ଯୋଜନା ଅନୁସାରେ, ରାଜ୍ୟର ପ୍ରାୟ ୨୨ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପଞ୍ଜୀକରଣରୁ ବଞ୍ଚିତ ହୋଇଛନ୍ତି, ସେମାନଙ୍କୁ ଅନ୍ତୋଦୟ ଗୃହ ଯୋଜନା ଅନ୍ତର୍ଗତ ସାମିଲ କରାଯିବ। ଏହା ସହିତ, ଘର ନିର୍ମାଣ ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ।

ଏହି ଯୋଜନାରେ କଳାହାଣ୍ଡି ଜିଲାରୁ ଆରମ୍ଭ ହେବ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୩୦ ତାରିଖରେ ଭବାନୀପାଟଣାଠାରେ ହିତାଧିକାରୀଙ୍କୁ ଘର ବାଣ୍ଟିବେ। ଏଥିପାଇଁ ରାଜ୍ୟ ସରକାର ବଜେଟରେ ୭,୫୫୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହି ପଦକ୍ଷେପ ଗରିବ ଓ ଆର୍ଥିକ ଅନଗ୍ରସର ପରିବାରଙ୍କ ଜୀବନଧାରଣରେ ଉନ୍ନତି ଆଣିବ ବୋଲି ଆଶା କରାଯାଉଛି। ଏହା ସହିତ, ସରକାରଙ୍କ ଏହି ଉଦ୍ୟମ ରାଜ୍ୟରେ ଗୃହହୀନଙ୍କ ସମସ୍ୟା ଦୂର କରିବାରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ବିଶ୍ୱାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?