ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ ଏବେ ୪୩.୭ ପ୍ରତିଶତରେ ପହଞ୍ଚିଛି। ଗତ କିଛି ବର୍ଷ ମଧ୍ୟରେ ରାଜ୍ୟର ଖଣିଜ ରାଜସ୍ୱ ଏବଂ ରପ୍ତାନି କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଦେଖିବାକୁ ମିଳିଛି।

୨୦୨୦-୨୧ ଆର୍ଥିକ ବର୍ଷରେ ରାଜ୍ୟରେ ଉତ୍ତୋଳିତ ଖଣିଜ ପଦାର୍ଥର ମୂଲ୍ୟ ୩୦,୦୪୪ କୋଟି ଟଙ୍କା ଥିବାବେଳେ, ୨୦୨୪-୨୫ରେ ଏହା ୬୪,୭୮୫ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏହା ଓଡ଼ିଶାର ଅର୍ଥନୈତିକ ସମୃଦ୍ଧିର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରୁଛି।

ରାଜ୍ୟର ମୋଟ ଅଣ-ଟିକସ ରାଜସ୍ୱକୁ ଖଣି କ୍ଷେତ୍ରର ଅବଦାନ ଏକ ବିଶାଳ ୮୦ ପ୍ରତିଶତ ରହିଛି। ସେହିପରି ରାଜ୍ୟ ଜିଭିଏ (GVA) କୁ ଖଣି କ୍ଷେତ୍ର ୯.୫ ପ୍ରତିଶତ ଏବଂ ଶିଳ୍ପ ଜିଭିଏକୁ ପ୍ରାୟ ୨୩.୧ ପ୍ରତିଶତ ଯୋଗଦାନ ଦେଉଛି।

ସେହିପରି ୨୦୨୪-୨୫ରେ ଓଡ଼ିଶାରୁ ମୋଟ ୮୫,୫୦୦ କୋଟି ଟଙ୍କାର ସାମଗ୍ରୀ ରପ୍ତାନି କରାଯାଇଛି। ୨୦୧୯-୨୦ ପରଠାରୁ ରପ୍ତାନି ହାର ବାର୍ଷିକ ୧୨.୬ ପ୍ରତିଶତ ହାରରେ ବଢ଼ୁଥିବା ବେଳେ ଏଥିରେ ଧାତବ ଓ ଖଣିଜ ପଦାର୍ଥର ଅବଦାନ ପ୍ରାୟ ୮୫ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri