ଓଡ଼ିଶାର ଡିଏସ୍‌ ଶିଳ୍ପରେ୧୩.୩% ଅଭିବୃଦ୍ଧି

ଭୁବନେଶ୍ୱର,୧୬।୫: ଓଡ଼ିଶାରେ ଡାଇରେକ୍ଟ ସେଲିଂ (ଡିଏସ୍‌) ଶିଳ୍ପ କୋଭିଡ-୧୯ ମହାମାରୀ ସତ୍ତ୍ୱେ ୧୩.୩% ଅଭିବୃଦ୍ଧି ହାର ହାସଲ କରିଛି। ଏପରିକି ୨୦୨୦-୨୧ଆର୍ଥିକ ବର୍ଷରେ ଏହା ସର୍ବକାଳୀନ ସବୋର୍ଚ୍ଚ ସ୍ତର ୧୦୩୪ କୋଟି ଟଙ୍କାରେ ପହଞ୍ଚତ୍ଥିବା ଇଣ୍ଡିଆନ ଡାଇରେକ୍ଟ ସେଲିଂ ଆସୋସିଏଶନ (ଆଇଡିଏସଏ) ପକ୍ଷରୁ କୁହାଯାଇଛି। ସେହିଭଳି ପୂର୍ବ ଆର୍ଥିକ ବର୍ଷରେ ହୋଇଥିବା ବିକ୍ରି ୯୧୨.୬୦କୋଟି ଟଙ୍କା ତୁଳନାରେ ଏଥିରେ ୧୨୧କୋଟି ଟଙ୍କାରୁ ଅଧିକ ବୃଦ୍ଧି ଘଟିଛି। ଓଡ଼ିଶାରେ ଡିଏସ୍‌ ରାଜ୍ୟ ରାଜକୋଷକୁ ୨୦୨୦-୨୧ ବର୍ଷରେ ଜିଏସ୍‌ଟି ଆକାରରେ ପ୍ରାୟ ୧୫୦ କୋଟି ଟଙ୍କାର ଅବଦାନ ରଖିଛି ଏବଂ ବିକ୍ରି ଦୃଷ୍ଟିରୁ ଏହା ଦେଶରେ ଶ୍ରେଷ୍ଠ ୧୦ଟି ରାଜ୍ୟ ମଧ୍ୟରେ ୫ମ ସ୍ଥାନରେ ରହିଛି। ରାଜ୍ୟରେ ମୋଟ ପ୍ରାୟ ୩.୩୪ ଲକ୍ଷ ପ୍ରତ୍ୟକ୍ଷ ବିକ୍ରେତା ରହିଥିବାବେଳେ ସେମାନଙ୍କ ମଧ୍ୟରେ ମହିଳା ବିକ୍ରେତା ପ୍ରାୟ ୧.୫ଲକ୍ଷ ରହିଛନ୍ତି। ଓଡ଼ିଶା ମଧ୍ୟ ବିକ୍ରି କ୍ଷେତ୍ରରେ ଦେଶର ପୂର୍ବାଞ୍ଚଳ ରାଜ୍ୟଗୁଡିକ ମଧ୍ୟରେ ୩ୟ ସ୍ଥାନ ବଜାୟ ରଖିଛି। ଏ ସମ୍ପର୍କରେ ଆଇଡିଏସଏର ଅଧ୍ୟକ୍ଷ ରଜତ ବାନାର୍ଜୀ ୨୦୨୦-୨୧ ଆର୍ଥିକ ବର୍ଷରେ ଭାରତର ପ୍ରତ୍ୟକ୍ଷ ବିକ୍ରି ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିବେକ କାଟୋଚ, ଭାଇସ୍‌ ଚେୟାରମ୍ୟାନ, ଆଇଡିଏସଏ ଏବଂ ପ୍ରଫେସର ବିଜନ ମିଶ୍ର, ଓଡ଼ିଶା ସରକାରଙ୍କ ପରାମର୍ଶଦାତାଙ୍କ ସମେତ ପ୍ରାୟ ୧୮ଟି ଅନୁଷ୍ଠାନର ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri