ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର କରୁଥିଲେ। ୨୦୨୪ରେ ଯେତେବେଳେ ସରକାର ପରିବର୍ତ୍ତନ ହେଲା, ସେତେବେଳକୁ ୫୦ ହଜାର କୋଟି ଟଙ୍କାର ସପର୍‌ଲସ ରେଭିନ୍ୟୁ ବିଜେଡି ସରକାର ଛାଡ଼ିଯାଇଥିଲା। ବିଜେଡି ସରକାର ସମୟରେ ଦୃଢ଼ ଆର୍ଥିକ ପରିଚାଳନା ଯୋଗୁ ଏହା ସମ୍ଭବ ହୋଇପାରିଥିଲା। ରାଜସ୍ବ ବଳକା ରାଜ୍ୟ ସହ ଦ୍ରୁତ ପ୍ରଗତି ବିଷୟରେ ସରକାର ଜାଣିପାରିଥିଲେ। ଓଡ଼ିଶାରେ ଗରିବୀ କମିଥିଲା। ଭିତ୍ତିଭୂମିର ବିକାଶ ହୋଇଥିଲା। ଏହିସବୁ ଦ୍ରୁତ ବିକାଶ ପାଇଁ ଖଣି ରାଜସ୍ବ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା।

ଓଡ଼ିଶାର ଅର୍ଥନୀତି ବର୍ତ୍ତମାନ ବିପଦରେ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି। ଏକ ଭିଡିଓ ବାର୍ତ୍ତା ଜରିଆରେ ନବୀନ କହିଛନ୍ତି, ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ବିଲ୍‌ ପାରିତ ହୋଇଛି। ଏହାଦ୍ୱାରା ଓଡ଼ିଶା ଓ ରାଜ୍ୟବାସୀଙ୍କ ବହୁ କ୍ଷତି ହେବାକୁ ଯାଉଛି। ଏତେ ଗୁରୁତ୍ୱପୂର୍ଣ୍ଣ ଆମେଣ୍ଡମେଣ୍ଟ ବିଲ୍‌ କିନ୍ତୁ ବିନା ଆଲୋଚନାରେ କେନ୍ଦ୍ର ସରକାର ପାରିତ କରିଦେଲେ। କେବଳ ବିଜେଡି ଏମ୍‌ପିମାନେ ଏହାକୁ ରାଜ୍ୟ ସଭାରେ ବିରୋଧ କରିଥିଲେ। ଏହାକୁ ବିରୋଧକରି ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କହିଛନ୍ତି। ବର୍ତ୍ତମାନ ଦଳୀୟ ମନୋଭାବରୁ ଉପରକୁ ଉଠି ଏକାଠି ହେବାକୁ ପଡିବ। ଓଡ଼ିଶାରେ କ୍ରୋମାଇଟ୍‌, ବକ୍ସାଇଟ, ଆଇରନ୍‌ ଓର୍‌, କୋଲ୍‌ ଓ ମାଙ୍ଗାନିଜ ବ୍ୟାପକ ଗଚ୍ଛିତ ଅଛି। ହେଲେ ଏମ୍‌ଏମ୍‌ଡିଆର୍‌ ବିଲ୍‌ ରାଜ୍ୟବାସୀଙ୍କ ଅଧିକାର ଛଡ଼ାଇ ନେବ। ଭାଜପାକୁ ୨୦ଟି ଏମ୍‌ପି ଦେବା ସତ୍ତ୍ୱେ ସେମାନେ କେହି ପାଟି ଖୋଲିଲେ ନାହିଁ। ପ୍ରତ୍ୟେକ ବର୍ଷ ବର୍ତ୍ତମାନ ଓଡ଼ିଶା ଅନେକ  ହଜାର କୋଟି ଟଙ୍କାର ରାଜସ୍ବ କ୍ଷତି ସହିବ ବୋଲି ନବୀନ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?