ଚିଲିକାରେ ଚାଲିବ ଓଡ଼ିଶାର ପ୍ରଥମ କ୍ରୁଜ୍‌ ‘ଗରୁଡ଼’

ଭୁବନେଶ୍ୱର,୮।୬(ବ୍ୟୁରୋ): ଓଡ଼ିଶାରେ ପର୍ଯ୍ୟଟକମାନେ ପାଇବେ କ୍ରୁଜ୍‌ର ମଜା। ଚିଲିକା ହ୍ରଦରେ ପ୍ରଥମ ଥର ପାଇଁ କ୍ରୁଜ୍‌ (ବୋଟ୍‌) ଚାଲିବ। ଚିଲିକାର ବରକୂଳରେ ଥିବା ବିକାଶ ଇକୋ ରିସଟର୍‌ସ ପକ୍ଷରୁ ୩ କୋଟି ଟଙ୍କା ବ୍ୟୟରେ ପ୍ରସ୍ତୁତ ଏହି କ୍ରୁଜ୍‌ର ନାମ ‘ଗରୁଡ଼’ ରଖାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୯ ତାରିଖରେ ଉଦ୍‌ଘାଟନ କରିବେ। ଚିଲିକା ସହ ସାତପଡ଼ାରେ ମଧ୍ୟ ଏହା ଉପଲବ୍ଧ ହେବ। ବରକୂଳରେ ଥିବା ପାନ୍ଥନିବାସ ଦ୍ୱାରା କ୍ରୁଜ୍‌ର ସେବା ମିଳିବ। ଏବେ ପର୍ଯ୍ୟଟକମାନେ ଏହି ବିଳାସପୂର୍ଣ୍ଣ ବୋଟ୍‌ (କ୍ରୁଜ୍‌) ମାଧ୍ୟମରେ ଚିଲିକାକୁ ଅଧିକ ଉପଭୋଗ କରିପାରିବେ।
ସିଙ୍ଗଲ ଓ୍ବିଣ୍ଡୋ ବ୍ୟବସ୍ଥା ଦ୍ୱାରା ଏହି ପ୍ରକଳ୍ପକୁ ଓଡ଼ିଶା ପର୍ଯ୍ୟଟନ ବିଭାଗ ଅନୁମୋଦନ ଦେଇଛି। ଏଥିଲାଗି ଚିଲିକା ବିକାଶ ପ୍ରାଧିକରଣ, ବନ୍ଦର ନିର୍ଦ୍ଦେଶାଳୟ ଏବଂ ଆଭ୍ୟନ୍ତରୀଣ ଜଳ ପରିବହନ ନିର୍ଦ୍ଦେଶାଳୟରୁ ଆଇନଗତ ଅନୁମତି ଗ୍ରହଣ କରାଯାଇଛି। ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଯାଦବ ଓଡ଼ିଶାରେ କ୍ରୁଜ ଚାଲିବା ନେଇ ନଦୀ ବା ସମୁଦ୍ରଭିତ୍ତିକ ଓ ରଣନୀତିକ ସୁବିଧାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଏହି ପଦକ୍ଷେପକୁ ମେ ୧୪ ଓ ୧୫ ତାରିଖରେ ମୁମ୍ବାଇରେ ହୋଇଥିବା କ୍ରୁଜ୍‌ ସମ୍ମିଳନୀରେ ଦର୍ଶାଇଥିଲେ। ଉକ୍ତ କ୍ରୁଜ୍‌ ବୋଟ୍‌ରେ ୨ଟି ସୁବିଧାଜନକ ଓ ୪ଟି ପ୍ରମୁଖ କୋଠରି ରହିଛି। ଏହାବ୍ୟତୀତ ବୈଠକ ଲାଗି ଓପନ ଏୟାର ଲବି, ବାର୍‌, ରେସ୍ତୋରଁା ଏବଂ ଛୋଟ ପିଲାଙ୍କ ପାଇଁ ସୁଇମିଂ ପୁଲ୍‌ ରହିଛି। ସେହିପରି ରାତ୍ରରହଣୀ, ଖାଦ୍ୟପେୟ ଓ ଅନ୍ୟାନ୍ୟ କାର୍ଯ୍ୟ ନିମନ୍ତେ ମଧ୍ୟ ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri