ଭଞ୍ଜନଗରରେ ଖୋଲିଲା ରାଜ୍ୟର ପ୍ରଥମ ସରକାରୀ ଓ୍ବାଟର୍‌ ପାର୍କ, ପର୍ଯ୍ୟଟକଙ୍କ ପାଇଁ ସାଜିବ ଆକର୍ଷଣର କେନ୍ଦ୍ରବିନ୍ଦୁ

ଭଞ୍ଜନଗର,୪।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ପ୍ରଥମ ସରକାରୀ ସମ୍ପ୍ରସାରିତ ୱାଟର ପାର୍କ ରବିବାର ଉଦଘାଟିତ ହୋଇଯାଇଛି। ଏହା ଜଳସମ୍ପଦ ବିଭାଗ ଦ୍ବାରା ପରିଚାଳିତ ହେଉଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତାହାକୁ ଉଦ୍‌ଘାଟନ କରିଥିଲେ। ଏଥିସହ ନବ ନିର୍ମିତ ଫୁଡ କୋର୍ଟକୁ ମଧ୍ୟ ବିଧାୟକ ଉଦଘାଟନ କରିଛନ୍ତି।

ଓ୍ବାଟର ପାର୍କ ଉଦ୍‌ଘାଟନ ଅବସରରେ ବିଧାୟକ ନାୟକ କହିଥିଲେ ଯେ ଉକ୍ତ ପାର୍କକୁ ରାଜ୍ୟର ଏକ ନମ୍ବର ପାର୍କ କରାଯିବ। ଏଥିପାଇଁ ପଦକ୍ଷେପ ନିଆଯାଇଛି। ୱାଟର ପାର୍କ ଖୋଲିବା ପରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପର୍ଯ୍ୟଟକମାନେ ଆସି ତାହାର ମଜା ଉଠାଇବେ। ଆଗାମୀ ଦିନରେ ଭଞ୍ଜନଗର ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ବିନ୍ଦୁ ହେବ। ଏଥିସହ ଆମ ଅଞ୍ଚଳର ଅନେକ ପରିବାର ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଉପ ଜିଲାପାଳ ଉମା ଶଙ୍କର ବେହେରା, ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ ଅଧ୍ୟକ୍ଷ ନରି ସଭା ନାୟକ, ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର, ଏମ୍‌ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଜଳସମ୍ପଦ ବିଭାଗର ଯନ୍ତ୍ରୀ, କର୍ମଚାରୀ ସହଯୋଗ କରିଥିଲେ।

ସୂଚନା ଯୋଗ୍ୟ ଯେ ୨୦୨୪ ମସିହା ଜାନୁୟାରୀ ୨୬ ତାରିଖରେ ୱାଟର ପାର୍କ ଖୋଲିଥିଲା। ଏହା ୬ ମାସ ଚାଲିବା ପରେ ପରିଚାଳନାଗତ ତ୍ରୁଟି ଯୋଗୁ ତାହା ବନ୍ଦ ହୋଇଯାଇଥିଲା। କିଛି ମାସ ପୂର୍ବେ ବିଧାୟକ ନାୟକ ଜାଣିବା ପରେ ତାହା ପୁଣି କିଭଳି ଚାଲିବ ସେଥିପାଇଁ ବ୍ୟବସ୍ଥା କରିଥିଲେ। ୱାଟର ପାର୍କର କିଛି କାର୍ଯ୍ୟ ସମ୍ପ୍ରସାରଣ କରାଯିବା ସହ ଆଉ କିଛି କାର୍ଯ୍ୟକୁ ମରାମତି କରାଯାଇ ପୁଣି ଆଜିଠୁ ଖୋଲିବା ବ୍ୟବସ୍ଥା କରାଯାଇଛି। ଯାହାକୁ ନେଇ ଅଞ୍ଚଳବାସି ଖୁସିବ୍ୟକ୍ତ କରିବା ସହ ବିଧାୟକଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି।

ଆହୁରି ପଢ଼ନ୍ତୁ…

ଭଞ୍ଜନଗରରେ ଥିବା ଜଳଭଣ୍ଡାର, ନଦୀ ଆଡ଼ିବନ୍ଧର ନିୟମିତ ଯାଞ୍ଚ କରାଯାଉ: ସଚିବ


Enter your email to get our daily news in your inbox.

All Right Reserved By Dharitri.Com

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?