ଗାଙ୍ଗପୁର ଥାନାକୁ ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଆୱାର୍ଡ

ଭଞ୍ଜନଗର/ଛତ୍ରପୁର,୧୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଧୀନ ଗାଙ୍ଗପୁର ଥାନା ଦେଶର ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି। ଭାରତ ସରକାରଙ୍କ ଗୃହ ବ୍ୟାପାର ମନ୍ତ୍ରାଣାଳୟ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।

ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ ଅନୁଷ୍ଠିତ ସର୍ବ ଭାରତୀୟସ୍ତରୀୟ ଡିଜିପି ସମ୍ମିଳନୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କଠାରୁ ଗାଙ୍ଗପୁର ଥାନା ଅଧିକାରୀ ଧିରେଶ କୁମାର ଦାସ ଏହି ମର୍ଯ୍ୟାଦା ସମ୍ପନ୍ନ ଆୱାର୍ଡ, ପ୍ରଶଂସାପତ୍ର ଓ ଟ୍ରଫି ଗ୍ରହଣ କରିଛନ୍ତି। ଡିଜିପି ଅଭୟ ଏବଂ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଟୁଇଟ୍‌ କରି ଏହି ସୂଚନା ଦେବା ସହ ଥାନା ଅଧିକାରୀ ଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।