ଓଡ଼ିଶାର ଜିଏସ୍‌ଟି ସଂଗ୍ରହରେ ୪୩% ଅଭିବୃଦ୍ଧି

ଭୁବନେଶ୍ୱର,୩ା୧: ଦେଶର ବିକାଶ ପାଇଁ ଅର୍ଥନୀତିର ଭିତ୍ତିଭୂମି ସଜାଡିବା ସହ ସାମଗ୍ରୀ ଓ ସେବା ଶୁଳ୍କ (ଜିଏସ୍‌ଟି) ସଂଗ୍ରହ କ୍ଷେତ୍ରରେ ଓଡ଼ିଶାର ଆୟ ୪୩% ଅଭିବୃଦ୍ଧି ଘଟିଛି। ୨୦୨୧ ଡିସେମ୍ବର ଶେଷ ସୁଦ୍ଧା ମୋଟ ୪୦୮୦.୧୪ କୋଟି ଟଙ୍କାର ଶୁଳ୍କ ଆଦାୟ ହୋଇପାରିଛି। ଗତ ୨୦୨୦ରେ ମଧ୍ୟ ଓଡ଼ିଶାର ଜିଏସ୍‌ଟି ଆଦାୟ ୨୮୬୦.୨୦ କୋଟି ଟଙ୍କା ଥିଲା। ଗତ ଡିସେମ୍ବର ଶେଷ ସୁଦ୍ଧା ହୋଇଥିବା ଆକଳନ ଅନୁଯାୟୀ ଦେଶର ଜିଏସ୍‌ଟି ଆୟ ସମୁଦାୟ ୧, ୨୯, ୭୮୦ କୋଟି ଟଙ୍କା ହୋଇଛି। ମୋଟ ଜିଏସ୍‌ଟି ଆୟରୁ କେନ୍ଦ୍ରୀୟ ଜିଏସ୍‌ଟି ଆକାରରେ ୨୨,୫୭୮ କୋଟି ଟଙ୍କା ମିଳିଥିବା ବେଳେ ରାଜ୍ୟ ଜିଏସ୍‌ଟି ଆକାରରେ ୨୮, ୬୫୮ କୋଟି ମିଳିଛି। ସେହିପରି ଆଇଜିଏସ୍‌ଟି ବାବଦରେ ୬୯,୧୫୫ କୋଟି ଟଙ୍କା ଏବଂ ସେସ୍‌ ବାବଦରେ ୯,୩୮୯ କୋଟି ଟଙ୍କା ଭାରତ ସରକାର ପାଇଛନ୍ତି। ରାଜ୍ୟଗୁଡିକ ମଧ୍ୟରେ ସର୍ବାଧିକ ଜିଏସ୍‌ଟି ଆୟ ମହାରାଷ୍ଟ୍ରର ହୋଇଛି। ଏହି ରାଜ୍ୟକୁ ୧୯, ୫୯୨ କୋଟି ଟଙ୍କା ଜିଏସ୍‌ଟି ୨୦୨୧ରେ ମିଳିଛି। ୨୦୨୦ରେ ୧୭, ୬୯୯ କୋଟି ଥିଲା। ବଡ଼ ରାଜ୍ୟ ଭାବେ ଗୁଜରାଟରେ ୭, ୩୩୬ କୋଟି, ଉତ୍ତରପ୍ରଦେଶରେ ୬୦୨୯ କୋଟି, କର୍ନାଟକରେ ୮, ୩୩୫ କୋଟି, ତାମିଲନାଡୁରେ ୬, ୬୩୫ କୋଟି ଜିଏସ୍‌ଟି ଆଦାୟ ହୋଇଛି। ଓଡ଼ିଶାର ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗର ଜିଏସ୍‌ଟି ୩, ୭୦୭ କୋଟି ହୋଇଛି। ପୂର୍ବବର୍ଷ ୪,୧୧୪ କୋଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri