ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ:ଆଜିଠୁ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ୱର,୮ା୧(ଅନିଲ ଦାସ):ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସର ବିଷୟ ବସ୍ତୁ ରହିଛି ‘ବିକଶିତ ଭାରତ ଗଠନରେ ପ୍ରବାସୀ ଭାରତୀୟଙ୍କ ଯୋଗଦାନ’। ଏଥିରେ ଯୋଗଦେବାକୁ ବିଶ୍ୱର କୋଣ ଅନୁକୋଣରେ ବାସ କରୁଥିବା ପ୍ରାୟ ୫୦ଟି ଦେଶରୁ ପ୍ରବାସୀ ଭାରତୀୟ ବଂଶୋଦ୍ଭବ ଭୁବନେଶ୍ୱରରେ ପଦାର୍ପଣ କରିଛନ୍ତି। ଏଥିପାଇଁ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ସୃଷ୍ଟି ହୋଇଛି।
ଆଗନ୍ତୁକମାନଙ୍କୁ ସର୍ବୋଚ୍ଚ ଆତିଥ୍ୟ ପ୍ରଦାନ କରିବାକୁ ରାଜ୍ୟ ସରକାର ସମସ୍ତ ଉଦ୍ୟମ ଜାରି ରଖିଛନ୍ତି। ଓଡ଼ିଶାବାସୀଙ୍କୁ ଏଭଳି ଭବ୍ୟ ସମାରୋହ ଆୟୋଜନ କରିବାର ସୁଯୋଗ ମିଳିଥିବାରୁ ଏହାକୁ ଏକ ସୁଯୋଗ ମନେକରି ବିକଶିତ ଓଡ଼ିଶା ଗଠନ ପାଇଁ ରାଜ୍ୟ ସରକାର ଭିତ୍ତି ପକାଇବାକୁ ପ୍ରସ୍ତତ ହେଉଛନ୍ତି। ‘ଅତିଥି ଦେବୋ ଭବୋ’ ସଂସ୍କୃତି ଆଧାରରେ ସମସ୍ତ ବିଦେଶାଗତ ଅତିଥିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ପାଇଁ ରାଜଧାନୀ ପ୍ରସ୍ତୁତ ହୋଇିଛି। ସମଗ୍ର ସହର ଆଲୋକମାଳାରେ ଝଲସୁଥିବା ବେଳେ କାନ୍ଥବାଡରେ ଓଡିଆ ଅସ୍ମିତାର ବାର୍ତ୍ତା, ମନୋରମ ପର୍ଯ୍ୟଟନର କଳା ସଙ୍କେତ ବହନ କରୁଛି।
କେବଳ ସେତିକି ନୁହେଁ ଏହି ସମାରୋହରେ ‘ପୂର୍ବୋଦୟ ମିଶନ’ରେ ଓଡିଶାର ବିକାଶକୁ ଅଗ୍ରାଧିକାର ମିଳିବ। ପ୍ରଧାନମନ୍ତ୍ରୀ ପୂର୍ବୋଦୟ ବିକାଶ ଉପରେ ଜୋର ଦେଉଛନ୍ତି ଯେଉଁଥିରେ ଓଡ଼ିଶା ଆଗରେ ରହିଛି। ଏହି ପରିକଳ୍ପିତ ‘ପୂର୍ବୋଦୟ’ରେ ଓଡ଼ିଶାର ବିକାଶ ବିନା ଭାରତ ବିକଶିତ ହେବା ଅସମ୍ଭବ। ପୂର୍ବ ଭାରତର ରାଜ୍ୟଗୁଡ଼ିକରେ ବିଭିନ୍ନ ଭିତ୍ତିଭୂମି ବିକାଶ କରାଯିବା ସହିତ କିପରି କୁଶଳୀ ମାନବ ସମ୍ବଳ ତିଆରି ହୋଇପାରିବେ ତା’ ଉପରେ ବିଶେଷ ଧ୍ୟାନ ଦିଆଯାଉଛି।
ପ୍ରବାସୀ ଭାରତୀୟ ଦିବସ ସମାରୋହକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା, ପୁଷ୍ପ ପ୍ରଦର୍ଶନୀ ଆୟୋଜନ କରାଯାଇ ରାଜଧାନୀକୁ ଉତ୍ସବ ମୁଖର କରାଯାଇଛି। ଓଡ଼ିଶାର ସମୃଦ୍ଧ କଳା ଓ ଐତିହ୍ୟ ପ୍ରଦର୍ଶନ କରାଯିବାକୁ ପ୍ରଯତ୍ନ କରାଯାଇଛି। ରାଜାରାଣୀ ସଙ୍ଗୀତ ଉତ୍ସବ, ମୁକ୍ତେଶ୍ୱର ନୃତ୍ୟ ଉତ୍ସବ, ଓଡ଼ିଶୀ ନୃତ୍ୟ ଏବଂ ପାରମ୍ପରିକ ଲୋକ ନୃତ୍ୟ ଇତ୍ୟାଦି ପ୍ରଦର୍ଶନ କରାଯିବ। ପୁରୀରେ ବିଚ୍‌ ଫେଷ୍ଟିଭାଲ୍‌, ବାଲୁକା କଳା ପ୍ରଦର୍ଶନୀ ମଧ୍ୟ ଅନୁଷ୍ଠିତ ହେବ। ଏହି ସମୟରେ ସମଗ୍ର ଭାରତର ଦୃଷ୍ଟି ଓଡ଼ିଶା ଉପରେ ରହିବ। ଯାହାର ଭରପୂର ସୁଯୋଗ ନେବାକୁ ଓଡ଼ିଶା ସରକାର ପ୍ରସ୍ତୁତ ହୋଇ ରହିଛନ୍ତି।
ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ସୁନ୍ଦର ଆଲୋକ ସାଜସଜ୍ଜା କରାଯାଇ ରାଜଧାନୀ ସହରକୁ ନବବଧୂ ପରି ସଜେଇ ଦିଆଯାଇଛି। ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥିମାନଙ୍କୁ ନେବା ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। ଓଡ଼ିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ ଯେଉଁଥିରେ ଶ୍ରୀ ଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜି ପ୍ରଦର୍ଶନ କରାଯିବ। ଏଥିସହ ଏକ ଡିଜିଟାଲ୍‌ ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯାଇଛି। ଅତିଥିମାନଙ୍କ ଭ୍ରମଣ ତଥା ଯାତାୟାତ ନିମନ୍ତେ ୧୦ଟି ଉନ୍ନତ ମାନର ବସ ଏବଂ ୫ଟି ଡବଲ୍‌ ଡେକର ବସ ଚାଲିବାର ବ୍ୟବସ୍ଥା କରାଯାଇଛି। ୨୦୦ରୁ ଅଧିକ ପ୍ରବାସୀ ଖବରଦାତା , ୭ଟି ଦେଶରୁ ୟୁଟ୍ୟୁବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରିବେ। ଏଥିସହିତ ଭୁବନେଶ୍ୱର ସହରର ସ୍ବଚ୍ଛତା, ଶୃଙ୍ଖଳା ଓ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।
ବିଦେଶୀ ଭାରତୀୟମାନଙ୍କ ବହୁମୁଖୀ ଯୋଗଦାନ ବିକଶିତ ରାଜ୍ୟ ଗଠନ ଦିଗରେ ସହାୟକ ହେବ। ସେମାନେ ନିଜର ପୁଞ୍ଜିନିବେଶ କରିବାକୁ ଆଗ୍ରହ ଦେଖାଇବା ସହ ଭାରତ ବିକାଶ ଯାତ୍ରାରେ ସାମିଲ୍‌ ହେବେ। ବିଦେଶରେ ନିଜକୁ ଭାରତର ରାଷ୍ଟ୍ରଦୂତ ମନେକରି ସହଯୋଗର ହାତ ବଢାଇବେ। ବିଦେଶରେ ବାସ କରୁଥିବା ପ୍ରାୟ ୩୫ ନିୟୁତରୁ ଉର୍ଦ୍ଧ୍ୱ ଭାରତୀୟ ନିଜର ଗାରିମାମୟ ସଂସ୍କୃତିକୁ ନିଜର ଆଚରଣ ଓ ଉଚ୍ଚାରଣରେ ପରିବ୍ୟାପ୍ତ କରିବେ। ଭାରତକୁ ବିଶ୍ୱଗୁରୁ ଭାବେ ଉପସ୍ଥାପିତ କରିବେ। ବଦଳରେ ସମୃଦ୍ଧ ଓ ବିକଶିତ ଭାରତ ସେମାନଙ୍କୁ ନିରାପତ୍ତା ପ୍ରଦାନ କରିବ। ବିଦେଶମାଟିରେ ସମ୍ମାନର ସହିତ ବଞ୍ଚିବା ସୁଯୋଗ ପ୍ରଦାନ କରିବ। ଏହି ଲକ୍ଷ ନେଇ ପ୍ରବାସୀ ଭାରତୀୟ ଦିବସ ଉତ୍ସବ ପାଳନ ହେବାକୁ ଯାଉଛି।
ପ୍ରଥମ ଦିବସରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଯୋଗ ଦେବେ। କାର୍ଯ୍ୟକ୍ରମରେ ୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀଙ୍କ ସହ ମୋଟ ୧୦ ହଜାର ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅତିଥିଙ୍କ ରହଣି ସ୍ଥାନ, କାର୍ଯ୍ୟକ୍ରମ ସ୍ଥଳ ଜନତା ମଇଦାନ ସହ ଭୁବନେଶ୍ୱର, କଟକ ଓ ପୁରୀର ପର୍ଯ୍ୟଟନ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।
ଆସନ୍ତା ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ମହାସମାବେଶ ଚାଲିବ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର, ଅର୍ଥ ମନ୍ତ୍ରୀ ର୍ନିମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରମୁଖ ଏହି ପ୍ରବାସୀ ଭାରତୀୟ ଦିବସ ଉତ୍ସବରେ ଯୋଗଦେବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୯ରେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିବେ। ରାଷ୍ଟ୍ରପତ ଦୌପଦୀମୁର୍ମୁ ଜାନୁଆରୀ ୧୦ ତାରିଖରେ ଏହାର ଉଦଯାପନୀ ଅଧିବେଶନରେ ଯୋଗଦାନ କରିବେ। ପ୍ରବାସୀ ଭାରତୀୟ ଦିବସରେ ଅନ୍ୟ ଦେଶରୁ ଆସୁଥିବା ପ୍ରବାସୀ ଭାରତୀୟମାନେ ଯେପରି ଓଡ଼ିଶାର ସୁଖଦ ଅନୁଭୂତି ନେଇ ଯିବେ ସେଥିପାଇଁ ସମସ୍ତ ପଦକ୍ଷେପ ନେବାକୁ ସମ୍ପୃକ୍ତ ସମସ୍ତ ବିଭାଗୀୟ ସଚିବ ଓ ପଦାଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପରାମର୍ଶ ଦେଇଛନ୍ତି। ଏଥିସହିତ ଏଚଏମପିଭି ଭାଇରସ ବ୍ୟାପୁଥିବାରୁ କେନ୍ଦ୍ର ସରକାରଙ୍କ ଗାଇଡ ଲାଇନ ଅନୁପାଳନ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?