କେନ୍ଦ୍ରକୁ ଓଡ଼ିଶାର ଚିଠି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା ଦେବା ଲାଗି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।

ପରିବର୍ତ୍ତିତ କୋଭିଡ ଟିକାକରଣ ଗାଇଡ୍‌ଲାଇନ ଅନୁଯାୟୀ, ଘରୋଇ ହସ୍ପିଟାଲଗୁଡ଼ିକ ଟିକା ପ୍ରସ୍ତୁତିକାରୀ କମ୍ପାନୀଠାରୁ ସିଧାସଳଖ ୨୫ ପ୍ରତିଶତ ଟିକା କିଣିପାରିବେ। ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୭ଟି ହସ୍ପିଟାଲ କମ୍ପାନୀଠାରୁ ଟିକା ପାଇଛନ୍ତି। ଓଡ଼ିଶାର ଲୋକ ସଂଖ୍ୟା ଅନୁପାତରେ ଘରୋଇ ହସ୍ପିଟାଲ ସଂଖ୍ୟା କମ୍‌ ରହିଛି। ଏହା ରାଜ୍ୟରେ ମାତ୍ର ୫ ପ୍ରତିଶତ। ହେଲେ ପ୍ରଚଳିତ ଗାଇଡ଼ଲାଇନ ଅନୁସାରେ ରାଜ୍ୟ ତା’ର ୨୫ ପ୍ରତିଶତ ଟିକା ଅନୁଦାନକୁ ହରାଉଛି। ତେଣୁ ଏହି ୭୫ ଓ ୨୫ ପ୍ରତିଶତ ଅନୁପାତକୁ ପରିବର୍ତ୍ତନ କରି ୯୫ ଓ ୫ ପ୍ରତିଶତ କରିବା ପାଇଁ ସେ ଦାବି କରିଛନ୍ତି। ଫଳରେ ରାଜ୍ୟର ଅନୁପାତ ହାରରେ ଘରୋଇ ହସ୍ପିଟାଲଗୁଡ଼ିକ ଆବଶ୍ୟକ ଟିକା କିଣି ପାରିବେ। ଏ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନବ ଦାସ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଜଣାଇଛନ୍ତି। ସୂଚନାଯୋଗ୍ୟ, ଏ ନେଇ ପୂର୍ବରୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri