ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ ଏହି ବିଷୟରେ ୧୮ ତାରିଖରେ ଶୁଣାଣି କରିବା ପାଇଁ ପୁନର୍ବାର ତାରିଖ ଧାର୍ଯ୍ୟ କରିଥିଲେ। ଯେଉଁଥିଲାଗି ରବିବାର ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଓ୍ବାଇ. ବି. ଖୁରାନିଆ ଡିଜିପି ପଦରୁ ଅବସର ନେଇଥିବା ସତ୍ତ୍ୱେ ଓଡ଼ିଶାକୁ ସ୍ଥାୟୀ ଡିଜିପି ମିଳିପାରିନାହାନ୍ତି। ଏନେଇ ସୁପ୍ରିମକୋର୍ଟରେ ମାମଲା ଥିବା କାରଣରୁ ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ରଙ୍କୁ ରାଜ୍ୟର ପୋଲିସ୍‌ ମଖ୍ୟ ଭାବେ ଅତିରିକ୍ତ ଦାଯିତ୍ୱ ମିଳିଛି। କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସ୍‌ସି) ମଧ୍ୟ ଡିଜିପି ପଦ ଲାଗି ଚୂଡାନ୍ତ ୩ ନାଁ ଚୟନ ପ୍ରକ୍ରିୟା ବନ୍ଦ ରଖିଛି। ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ହିଁ ୟୁପିଏସ୍‌ସି ବୈଠକ କରିବ ବୋଲି ସୁପ୍ରିମକୋର୍ଟରେ ଜଣାଇସାରିଛି। ଏହି ବିଷୟରେ ସର୍ବୋଚ୍ଚ ନ୍ୟାୟାଳୟରେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ସହ ୩ ଜଣିଆ ଖଣ୍ଡପୀଠ ଶୁଣାଣି କରିବେ।

ଗତ ୧୪ ଅଗଷ୍ଟରେ ସୁପ୍ରିମକୋର୍ଟରେ ଶୁଣାଣି ସମୟରେ ଆମିକସକ୍ୟୁରୀ ରାଜୁ ରାମଚନ୍ଦ୍ରନ ଡିଜିପି ଚୟନରେ ଅନିୟମିତତା ହୋଇଛି ବୋଲି ଅଭିଯୋଗ କରି ପିଆଇଏଲ୍‌ ଫାଇଲ କରିଥିବା ଆବେଦନକାରୀଙ୍କୁ ସମର୍ଥନ କରିଥିଲେ। ଓଡ଼ିଶା ସରକାର ଡିଜିପି ଚୟନ ସମୟରେ ସୁପ୍ରିମକୋର୍ଟଙ୍କ ୨୦୦୬ ପ୍ରକାଶ ସିଂ ମାମଲାର ରାୟକୁ ଠିକ୍‌ ଭାବେ ଅନୁପାଳନ କରି ନ ଥିବା କହିଥିଲେ। ଯେଉଁଥିଲାଗି ମାମଲାକୁ ସୁପ୍ରିମକୋର୍ଟ ଆହୁରି ଗୁରୁତ୍ୱର ସହ ବିଚାରକୁ ନେଇ ୧୮ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି କହିଥିଲେ। ତେଣୁ ଶୁଣାଣିରେ ସୁପ୍ରିମକୋର୍ଟ କ’ଣ ରାୟ ଦେଉଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିବ। ଅନ୍ୟପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଗତ ଶୁଣାଣି ବେଳେ କହିଥିଲେ, ଡିଜିପି ଚୟନ ନେଇ ରାଜ୍ୟ ସରକାର କୌଣସି ନିୟମ ଉଲ୍ଲଂଘନ କରିନାହାନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri