ଆଜି ଆସୁଛନ୍ତି ଭାଜପା ପ୍ରଭାରୀ ବଂଶଲ

ଭୁବନେଶ୍ବର,୫ା୯(ବ୍ୟୁରୋ):ଓଡ଼ିଶାର ନବନିଯୁକ୍ତ ଭାଜପା ପ୍ରଭାରୀ ସୁନୀଲ ବଂଶଲ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ଲାଗି ସୋମବାର ରାଜ୍ୟ ଗସ୍ତରେ ଆସୁଛନ୍ତି। ଦିନ ଗୋଟାଏରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏଥିଲାଗି ସମସ୍ତ ଭାଜପା ନେତାଙ୍କୁ ନିମନ୍ତ୍ରଣ କରାଯାଇଛି। ମିଳିଥିବା ସୂଚନା ମୁତାବକ, ଭାଜପା ନେତା ଓ କର୍ମୀମାନେ ବଂଶଲଙ୍କୁ ବିମାନବନ୍ଦରରେ ସ୍ବାଗତ କରିବା ପରେ ଦଳୀୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପାଛୋଟି ନେବେ। ସେଠାରେ ୨୦୨୪ ସାଧାରଣ ନିର୍ବାଚନ ଲାଗି ପ୍ରଥମ ରଣନୀତି ବଂଶଲ ପ୍ରସ୍ତୁତ କରିବେ। ଆସନ୍ତା ସାଧାରଣ ନିର୍ବାଚନରେ ଦଳକୁ ବିଜୟୀ କରିବା ତାଙ୍କର ପ୍ରଥମ ଲକ୍ଷ୍ୟ ହେବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ଦଳର ପଦାଧିକାରୀ, ବରିଷ୍ଠ ନେତା ଏବଂ ରାଜ୍ୟ ସଭାପତିଙ୍କଠାରୁ ଆରମ୍ଭକରି ଅନ୍ୟମାନେ ବଂଶଲଙ୍କ ସହ ପରିଚିତ ହୋଇ ରାଜ୍ୟରେ ଦଳ ଉଧେଇ ନ ପାରିବାର ପ୍ରକୃତ ସମସ୍ୟା କ’ଣ ସେ ସମ୍ପର୍କରେ ନିଜ ମତ ପ୍ରଦାନ କରିବେ। ଏହା ପରଦିନ ବିଧାୟକ, ଏମ୍‌ପି ଓ ଦଳର ବିଭିନ୍ନ ପଦାଧିକାରୀଙ୍କ ସହ ପୃଥକ୍‌ ପୃଥକ୍‌ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହାଛଡା ସେ ଜିଲା ଦାୟିତ୍ୱରେ ଥିବା ଦଳର ସଭାପତି, ସମ୍ପାଦକ ଓ ବରିଷ୍ଠ ନେତାମାନଙ୍କୁ ଭେଟିବେ। ଏହି ଅବସରରେ ସେ ସେମାନଙ୍କୁ କେତେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରିବେ। ଏନେଇ ଦଳର ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସୂଚନାଯୋଗ୍ୟ ଯେ, ବଂଶଲ ଗୁରୁତ୍ୱପୂର୍ଣ୍ଣ ରଣନୀତି ପାଇଁ ଭାଜପା ୨୦୧୪ ଉତ୍ତରପ୍ରଦେଶ ନିର୍ବାଚନରେ ବିଜୟୀ ହୋଇଥିବା କୁହାଯାଏ। ଏହାପରଠାରୁ ଭାଜପାର କେନ୍ଦ୍ର ରାଜନୀତିରେ ସକ୍ରିୟ ଭୂମିକା ନେଉଥିବା ଚର୍ଚ୍ଚା ହେଉଛି। ତାଙ୍କୁ ଭାଜପା ଓଡ଼ିଶା ସମେତ ପଶ୍ଚିମବଙ୍ଗ ଏବଂ ତେଲଙ୍ଗାନା ଭଳି ଅଣଭାଜପା ଶାସିତ ରାଜ୍ୟଗୁଡିକର ଦାୟିତ୍ୱ ଦେବା କଥାକୁ ନେଇ ବହୁ ଚର୍ଚ୍ଚା ଲାଗି ରହିଛି। ତେଣୁ ସେ ଦାୟିତ୍ୱ ଗ୍ରହଣ କରିବା ପରେ ଭାଜପା କେନ୍ଦ୍ରୀୟ ନେତାଙ୍କ ଓଡ଼ିଶା ପ୍ରତି ରହିଥିବା ଆଭିମୁଖ୍ୟ କଥା ସ୍ପଷ୍ଟ ହେବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri