ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା ଲାଗିଥାଏ। ଆଗରୁ ଦେଖାଯାଇଛି କି, ଏହି ପ୍ରଚାର ସମୟରେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ପ୍ରାର୍ଥୀ ମୁଠା ମୁଠା ଟଙ୍କା ଉଡେଇଥାନ୍ତି। ହେଲେ ପାଖରେ ଟଙ୍କା ନ ଥିଲେ ଏସବୁ କରିହୁଏନା। ଏହାର ଏକ ସ୍ପଷ୍ଟ ଉଦାହରଣ ହେଲେ ପୁରୀର କଂଗ୍ରେସ ଏମପି ପ୍ରାର୍ଥୀ ସୁଚରିତା ମହାନ୍ତି। ଶନିବାର ସକାଳେ ସେ ନିଜ ଟିକେଟ୍‌ ଦଳକୁ ଫେରାଇଛନ୍ତି। ସେ କହିଛନ୍ତି, ବିନା ଟଙ୍କାରେ ପ୍ରଚାର କରିବା କଷ୍ଟ। ଦଳ ଏଯାଏଁ ଫଣ୍ଡି ଦେଇ ନ ଥିବାରୁ ଟିକେଟ୍‌ ଫେରାଇଛି ବୋଲି ସ୍ପଷ୍ଟ କରିଛନ୍ତି ସୁଚରିତା। ତେବେ କେବଳ ସୁଚରିତାଙ୍କ ଉଦାହରଣ ନୁହେଁ ଗତ ନିର୍ବାଚନରେ ଓଡିଶାରେ ସବୁଠାରୁ ଗରିବ ଏମପି ପ୍ରାର୍ଥୀ ଭାବେ ନଜର ଆସିଛନ୍ତି ବାଲେଶ୍ୱର ଏମପି ପ୍ରତାପ ଷଡଙ୍ଗୀ।

ତେବେ ଚଳିତ ନିର୍ବାଚରେ ମଧ୍ୟ ଜଣେ ମହିଳା ରାଜ୍ୟର ସବୁଠାରୁ ଗରିବ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ଯାହାଙ୍କ ପାଖରେ ମାତ୍ର ୨୦ହଜାର ଟଙ୍କା ରହିଛି। ଶୁଣି ଆଶ୍ଚର୍ଯ୍ୟ ଳାଗୁଥିଲେ ମଧ୍ୟ ସତ। ସେ ହେଉଛନ୍ତି କୋରାପୁଟର SUCI ପ୍ରାର୍ଥୀ ପ୍ରମିଳା ପୂଜାରୀ।

ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚ ରିପୋର୍ଟରେ ଏ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ଯେଉଁଥିରେ ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ ବୋଲି ଜଣାପଡିଛି। ତାଙ୍କ ପାଖରେ ମୋଟ ୨୦ ହଜାର ୬୨୫ ଟଙ୍କାର ସମ୍ପତ୍ତି ରହିଛି।

ସୂଚନାଥାଉ କି, ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚ ୩୭ ଜଣଙ୍କ ପ୍ରାର୍ଥୀଙ୍କ ସତ୍ୟପାଠ ସମ୍ପର୍କିତ ତଥ୍ୟ ସାମ୍ନାକୁ ଆଣିଛି। ତନ୍ମଧ୍ୟରୁ ୧୭ ଜଣ ଲୋକ ସଭା ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ମୋଟ ୪୧ କୋଟି ୮୯ ଲକ୍ଷ ଟଙ୍କାର ସମ୍ପତ୍ତି ସହ BJP ର କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ଦେବୀ ସବୁଠୁ ଧନୀ ଲୋକ ସଭା ପ୍ରାର୍ଥୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri