ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା ଲାଗିଥାଏ। ଆଗରୁ ଦେଖାଯାଇଛି କି, ଏହି ପ୍ରଚାର ସମୟରେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ପ୍ରାର୍ଥୀ ମୁଠା ମୁଠା ଟଙ୍କା ଉଡେଇଥାନ୍ତି। ହେଲେ ପାଖରେ ଟଙ୍କା ନ ଥିଲେ ଏସବୁ କରିହୁଏନା। ଏହାର ଏକ ସ୍ପଷ୍ଟ ଉଦାହରଣ ହେଲେ ପୁରୀର କଂଗ୍ରେସ ଏମପି ପ୍ରାର୍ଥୀ ସୁଚରିତା ମହାନ୍ତି। ଶନିବାର ସକାଳେ ସେ ନିଜ ଟିକେଟ୍‌ ଦଳକୁ ଫେରାଇଛନ୍ତି। ସେ କହିଛନ୍ତି, ବିନା ଟଙ୍କାରେ ପ୍ରଚାର କରିବା କଷ୍ଟ। ଦଳ ଏଯାଏଁ ଫଣ୍ଡି ଦେଇ ନ ଥିବାରୁ ଟିକେଟ୍‌ ଫେରାଇଛି ବୋଲି ସ୍ପଷ୍ଟ କରିଛନ୍ତି ସୁଚରିତା। ତେବେ କେବଳ ସୁଚରିତାଙ୍କ ଉଦାହରଣ ନୁହେଁ ଗତ ନିର୍ବାଚନରେ ଓଡିଶାରେ ସବୁଠାରୁ ଗରିବ ଏମପି ପ୍ରାର୍ଥୀ ଭାବେ ନଜର ଆସିଛନ୍ତି ବାଲେଶ୍ୱର ଏମପି ପ୍ରତାପ ଷଡଙ୍ଗୀ।

ତେବେ ଚଳିତ ନିର୍ବାଚରେ ମଧ୍ୟ ଜଣେ ମହିଳା ରାଜ୍ୟର ସବୁଠାରୁ ଗରିବ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ଯାହାଙ୍କ ପାଖରେ ମାତ୍ର ୨୦ହଜାର ଟଙ୍କା ରହିଛି। ଶୁଣି ଆଶ୍ଚର୍ଯ୍ୟ ଳାଗୁଥିଲେ ମଧ୍ୟ ସତ। ସେ ହେଉଛନ୍ତି କୋରାପୁଟର SUCI ପ୍ରାର୍ଥୀ ପ୍ରମିଳା ପୂଜାରୀ।

ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚ ରିପୋର୍ଟରେ ଏ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ଯେଉଁଥିରେ ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ ବୋଲି ଜଣାପଡିଛି। ତାଙ୍କ ପାଖରେ ମୋଟ ୨୦ ହଜାର ୬୨୫ ଟଙ୍କାର ସମ୍ପତ୍ତି ରହିଛି।

ସୂଚନାଥାଉ କି, ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚ ୩୭ ଜଣଙ୍କ ପ୍ରାର୍ଥୀଙ୍କ ସତ୍ୟପାଠ ସମ୍ପର୍କିତ ତଥ୍ୟ ସାମ୍ନାକୁ ଆଣିଛି। ତନ୍ମଧ୍ୟରୁ ୧୭ ଜଣ ଲୋକ ସଭା ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ମୋଟ ୪୧ କୋଟି ୮୯ ଲକ୍ଷ ଟଙ୍କାର ସମ୍ପତ୍ତି ସହ BJP ର କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ଦେବୀ ସବୁଠୁ ଧନୀ ଲୋକ ସଭା ପ୍ରାର୍ଥୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri