ଓଡ଼ିଶାର ସୋଏବ ଏନ୍‌ଇଇଟି ଟପ୍ପର

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍‌ତାବ ଦେଶରେ ଟପ୍ପର ହୋଇଛନ୍ତି। ଦିଲ୍ଲୀର ଆକାଂକ୍ଷା ସିଂ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ତେଲାଙ୍ଗାନାର ତୁମ୍ମଲା ସ୍ନିକିଠା ତୃତୀୟ ହୋଇଛନ୍ତି। ତେବେ ସୋଏବ ମୋଟ ୭୨୦ରୁ ୭୨୦ ନମ୍ବର(୧୦୦%) ରଖି ସର୍ବଭାରତୀୟ ସ୍ତରରେ ର଼୍ୟାଙ୍କ ୧ ହାସଲ କରିବାର ବିରଳ କୃତିତ୍ୱ ଅର୍ଜନ କରିଛନ୍ତି। ତାଙ୍କ ପୂର୍ବରୁ ଏନ୍‌ଇଇଟିରେ କୌଣସି ଛାତ୍ର ଶତପ୍ରତିଶତ ନମ୍ବର ରଖି ନ ଥିଲେ। ସେହିଭଳି ଏନ୍‌ଇଇଟି ଟପ୍ପର ହେବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ଛାତ୍ର। ସୋଏବଙ୍କ ଏହି ସଫଳତା କେବଳ ଓଡ଼ିଶା ପାଇଁ ଗୌରବ ଆଣିଦେଇନି, ବରଂ ଦେଶ ପାଇଁ ନୂଆ ଇତିହାସ ସୃଷ୍ଟି କରିଛି। ୨ ରେକର୍ଡ ଭାଙ୍ଗିଥିବା ଏହି ୧୮ବର୍ଷୀୟ ମେଧାବୀ ଛାତ୍ରଙ୍କ ଘର ରାଉରକେଲାରେ ହୋଇଥିବାବେଳେ ପାଠପଢ଼ା ପାଇଁ ସେ ରାଜସ୍ଥାନର କୋଟାରେ ରହୁଛନ୍ତି। କୋଟାର ଏକ କୋଚିଂ ସେଣ୍ଟରରେ ସେ ନାମ ଲେଖାଇ ଏନ୍‌ଇଇଟି ପାଇଁ ନିଜକୁ  ପ୍ରସ୍ତୁତ କରୁଥିଲେ। ତାଙ୍କ ବାପା ଜଣେ ବ୍ୟବସାୟୀ ହୋଇଥିବାବେଳେ ସେ ରାଉରକେଲାରେ ରୁହନ୍ତି। କିନ୍ତୁ ପାଠପଢା ଓ କ୍ୟାରିୟର ପାଇଁ ମା’ତାଙ୍କୁ ରାଜସ୍ଥାନ ନେଇଥିଲେ। ତେବେ ସେ ଦିଲ୍ଲୀ ଏମ୍ସରେ ପଢ଼ିବାକୁ ଲକ୍ଷ୍ୟ ରଖିବା ସୋଏବ୍‌ କହିଛନ୍ତି।
ସୂଚନାଯୋଗ୍ୟ, ଏନ୍‌ଇଇଟି ଦୁଇଟି ପର୍ଯ୍ୟାୟରେ ହୋଇଥିଲା। କୋଭିଡ୍‌ କଟକଣା ଭିତରେ ଦେଶରେ ମୋଟ ୧୩,୬୬,୯୪୫ଜଣ ପରୀକ୍ଷା ଦେଇଥିବାବେଳେ ୭,୭୧,୫୦୦ଜଣ ସଫଳତା ପାଇଛନ୍ତି। ସେହିପରି ଓଡ଼ିଶାରୁ ପରୀକ୍ଷା ଦେଇଥିବା ୩୩,୯୪୫ଣଙ୍କ ମଧ୍ୟରୁ ୨୦,୬୫୪ଜଣ କୃତକାର୍ଯ୍ୟ ହୋଇଛନ୍ତି।
ଅନ୍ୟପଟେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଟୁଇଟ୍‌ କରି ସୋଏବ୍‌ଙ୍କ ସମେତ ସମସ୍ତ ସଫଳ ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତେବେ ଯେଉଁମାନେ ସଫଳ ହୋଇପାରିନାହାନ୍ତି ସେମାନଙ୍କୁ ନିରାଶ ନ ହେବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଗୋଟିଏ ପରୀକ୍ଷାରେ ବିଫଳତା କେବେବି ଭାଗ୍ୟ ନିର୍ଦ୍ଧାରଣ କରିପାରିବ ନାହିଁ ବୋଲି ସେ କହିଛନ୍ତି। ଏଥିସହିତ ସଫଳ ପରୀକ୍ଷା ପରିଚାଳନା ପାଇଁ ଏନ୍‌ଟିଏ ମହାନିର୍ଦ୍ଦେଶକ ଓ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?