Posted inଖେଳ

ଜାପାନ କରାଟେରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୮।୧ (ତପନ ସ୍ବାଇଁ): ଜାପାନ କରାଟେ ଆସୋସିଏଶନ ଇଣ୍ଡିଆ (ଜେକେଏଆଇ)ର ୮ମ ଜାତୀୟ ଚାମ୍ପିୟନଶିପ ମୁମ୍ବାଇସ୍ଥିତ ଜିସିସି କ୍ଲବରେ ରବିବାର ଉଦ୍‌ଯାପିତ ହୋଇଛି। ଜେକେଏଆଇ ଓଡ଼ିଶା ମୁଖ୍ୟ ସନ୍ତୋଷ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ରାଜ୍ୟରୁ ୬ ଜଣିଆ ଦଳ ଭାଗ ନେଇଥିଲା। ଏଥିରେ ଓଡ଼ିଶା ଦଳ ୨ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୨ ବ୍ରୋଞ୍ଜ ପଦକ ହାସଲ କରିଛି। ସନ୍ତୋଷ ମହାପାତ୍ର ଫାଇଟ୍‌ରେ ୧ ସ୍ବର୍ଣ୍ଣ ଓ କାଟାରେ ୧ ବ୍ରୋଞ୍ଜ, ଆଦିତ୍ୟ ସାମନ୍ତ ୨ ରୌପ୍ୟ, ରଶ୍ମିରଞ୍ଜନ ୧ ରୌପ୍ୟ, ଶ୍ରେୟାଂଶ ଦାସ ଗୋଟିଏ ଲେଖାଏ ସ୍ବର୍ଣ୍ଣ ଓ ରୌପ୍ୟ ଏବଂ ଅଭିକ୍‌ ନନ୍ଦ ୨ଟି ବ୍ରୋଞ୍ଜ ପାଇଛନ୍ତି ।
ଚାମ୍ପିୟନଶିପ ଜାପାନର ସେନସାଇ କୁରୀ ହାରା କାଜୁଆକି ଓ ଭାରତର ସେନସାଇ ମିଲେନ ତ୍ରିବେଦୀଙ୍କ ତତ୍ତ୍ୱାବଧାନରେ ହୋଇଥିଲା। ସନ୍ତୋଷ ମହାପାତ୍ର ୪ର୍ଥ ଡିଗ୍ରୀ ବ୍ଲାକ ବେଲ୍ଟ ଏବଂ ଆଦିତ୍ୟ, ରଶ୍ମିରଞ୍ଜନ ଓ ଅଭିକ୍‌ ୧ମ ଡିଗ୍ରୀ ବ୍ଲାକ ବେଲ୍ଟ ଜାପାନ ପରୀକ୍ଷାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri