ଓଡ଼ିଶାର ସୁଚିତ୍ରା ପରିଡ଼ା ବିଶ୍ୱ ପାରା ଆଥଲେଟିକ୍ସ ଗ୍ରାଣ୍ଡ ପ୍ରିକ୍ସରେ ଜିତିଲେ ଦ୍ୱିତୀୟ ପଦକ

ଭୁବନେଶ୍ୱର, ୫।୬: ଓଡ଼ିଶାର ସୁଚିତ୍ରା ପରିଡ଼ା ପ୍ୟାରିସରେ ଆୟୋଜିତ ବିଶ୍ୱ ପାରା ଆଥଲେଟିକ୍ସ ଗ୍ରାଣ୍ଡ ପ୍ରିକ୍ସ-୨୦୨୫ରେ ଦ୍ୱିତୀୟ ପଦକ ଜିତିଛନ୍ତି। ଏହି ପ୍ରତିଯୋଗିତାରେ ସେ ଜାଭେଲିନ୍ ଓ ଶଟପୁଟ ଥ୍ରୋ ଇଭେଣ୍ଟରେ ପଦକ ହାସଲ କରିଛନ୍ତି।

ସୁଚିତ୍ରା ଫ୍ରାନ୍ସର ରାଜଧାନୀରେ ଆୟୋଜିତ ପାରା ଆଥଲେଟିକ୍ସ ଗ୍ରାଣ୍ଡ ପ୍ରିକ୍ସରେ ମହିଳା ଶଟପୁଟ ଏଫ୫୪/ଏଫ୫୫ ବର୍ଗରେ ୫.୪୩ ମିଟର ଥ୍ରୋ ସହିତ ବ୍ରୋଞ୍ଜ ପଦକ ଜିତିଛନ୍ତି।

ଏହା ପୂର୍ବରୁ ସୁଚିତ୍ରା ପ୍ୟାରିସ ପାରା ଆଥଲେଟିକ୍ସ ଗ୍ରାଣ୍ଡ ପ୍ରିକ୍ସରେ ମହିଳା ଜାଭେଲିନ୍ ଏଫ୫୫ ବର୍ଗରେ ୧୭.୯୮ ମିଟରର ବ୍ୟକ୍ତିଗତ ସର୍ବୋତ୍କୃଷ୍ଟ ପ୍ରଦର୍ଶନ ସହିତ ରୌପ୍ୟ ପଦକ ଜିତିଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ୟାରିସ ପାରା ଆଥଲେଟିକ୍ସ ଗ୍ରାଣ୍ଡ ପ୍ରିକ୍ସରେ ପରିଡ଼ାଙ୍କ ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

“ପ୍ୟାରିସରେ ଆୟୋଜିତ ପାରା ଆଥଲେଟିକ୍ସ ଗ୍ରାଣ୍ଡ ପ୍ରିକ୍ସ-୨୦୨୫ରେ ତୁମର ସଫଳତା କେବଳ ଓଡ଼ିଶା ନୁହେଁ, ସମଗ୍ର ଭାରତ ପାଇଁ ଗର୍ବର ବିଷୟ। ତୁମର ନିଷ୍ଠା ଓ ଖେଳ ପ୍ରତି ପ୍ରେମ ନିଶ୍ଚିତ ଭାବେ ଅନେକଙ୍କୁ ପ୍ରେରଣା ଦେବ,” ମୁଖ୍ୟମନ୍ତ୍ରୀ ଏକ ସୋସିଆଲ ମିଡିଆ (ଏକ୍ସ) ପୋଷ୍ଟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri