ଓଡ଼ିଶାର ବୟନଶିଳ୍ପ ଆକର୍ଷଣର କେନ୍ଦ୍ରବିନ୍ଦୁ: ମନ୍ତ୍ରୀ

ଭୁବନେଶ୍ବର, ୮।୯(ବ୍ୟୁରୋ): ଭୁବନେଶ୍ୱରରେ ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ୩ୟ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ ଅନୁଷ୍ଠିତ ହେବ। ରାଜ୍ୟ ବାହାରର ପୁଞ୍ଜିନିବେଶକାରୀଙ୍କୁ ଆମନ୍ତ୍ରଣ କରିବା ଏବଂ ଓଡ଼ିଶାର ବୟନ ଶିଳ୍ପକୁ ପ୍ରମୁଖ ସ୍ଥାନ ଦେବା ଲକ୍ଷ୍ୟରେ ବୁଧବାର କୋଲକାତାଠାରେ ଏକ ରୋଡ୍‌ ଶୋ’ର ଆୟୋଜନ କରାଯାଇଛି। ଏଥିରେ ଯୋଗଦେଇ ମନ୍ତ୍ରୀ ରୀତା ସାହୁ କହିଛନ୍ତି, ଓଡ଼ିଶାର ହସ୍ତତନ୍ତ ଓ ବୟନଶିଳ୍ପ ଆକର୍ଷଣର କେନ୍ଦ୍ରବିନ୍ଦୁ। ଏହି କ୍ଷେତ୍ରରେ ଅଧିକ ଅଭିବୃଦ୍ଧି ହାସଲ କରିବା ଲାଗି ଲକ୍ଷ୍ୟ ରଖାଯାଇଛି। ଓଡ଼ିଶାର ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶକାରୀମାନେ ଅଧିକ ପୁଞ୍ଜି ବିନିଯୋଗ କରିବାକୁ ମନ୍ତ୍ରୀ ସାହୁ ଆହ୍ବାନ ଦେଇଛନ୍ତି। ବିଭାଗୀୟ ସଚିବ ଶୁଭା ଶର୍ମା ଉପସ୍ଥିତ ନିବେଶକଙ୍କୁ ‘ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨’ରେ ପ୍ରତ୍ୟକ୍ଷ ଭାବେ ଯୋଗଦେଇ ଓଡ଼ିଶାରେ ଉପଲବ୍ଧ ଥିବା ସୁଯୋଗ ସମ୍ପର୍କରେ ଅବଗତ ହେବା ପାଇଁ ଅନୁରୋଧ କରିଛନ୍ତି। ଓଡ଼ିଶା ବୟନ ନୀତି (ଟେକ୍ସଟାଇଲ୍‌ ପଲିସି) ଏକ ସର୍ବୋତ୍ତମ ଶିଳ୍ପନୀତି ଭାବେ ପରିଗଣିତ ବୋଲି ସଚିବ ଶର୍ମା କହିଥିଲେ। ଏହି ରୋଡ୍‌ ଶୋ’ରେ ୧୫୦ରୁ ଅଧିକ ଶିଳ୍ପ ପ୍ରତିନିଧି ଓ ଟେକ୍ସଟାଇଲ୍‌ ଏବଂ ଆପାରେଲ୍‌ ଇଣ୍ଡଷ୍ଟ୍ରିର ୧୫ ଜଣ ପ୍ରତିନିଧି ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri