ଓଡ଼ିଶାର ପରିବର୍ତ୍ତନକୁ ବିଶ୍ୱରେ ପ୍ରଶଂସା କରାଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ):ଆଜିର ବିକାଶ ପଥରେ ଓଡ଼ିଶା ବଡ଼ ଅଗ୍ରଗତି କରିଛି। ଓଡ଼ିଶାର ପରିବର୍ତ୍ତନକୁ ଦେଶ ତଥା ସାରା ବିଶ୍ୱରେ ପ୍ରଶଂସା କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ଆୟୋଜିତ ଦୈନିକ ଖବରକାଗଜ ‘ପ୍ରଗତିବାଦୀ’ର ସୁବର୍ଣ୍ଣ ଜୟନ୍ତୀ ତଥା ପ୍ରତିଷ୍ଠାତା ସ୍ବର୍ଗତ ପ୍ରଦ୍ୟୁମ୍ନ ବଳଙ୍କ ଶ୍ରାଦ୍ଧବାର୍ଷିକୀ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଆହୁରି କହିଥିଲେ ଯେ, ସମାଜର ସମସ୍ତ ସମସ୍ୟା ତଥା ଦୁର୍ବଳ ଶ୍ରେଣୀ ଲୋକମାନଙ୍କ ଅସୁବିଧା ସମ୍ପର୍କରେ କଲମ ଚାଳନା ସ୍ବର୍ଗତ ବଳଙ୍କୁ ନିର୍ଭୀକ ସାମ୍ବାଦିକ ଭାବେ ପରିଗଣିତ କରିପାରିଥିଲା। ଗାନ୍ଧୀବାଦର ପ୍ରଚାର ପ୍ରସାର ଦିଗରେ ତାଙ୍କର ଆଭିମୁଖ୍ୟ ତାଙ୍କ ଅବର୍ତ୍ତମାନରେ ମଧ୍ୟ ‘ପ୍ରଗତିବାଦୀ’ ବଜାୟ ରଖିପାରିଛି ବୋଲି କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧ଜଣ ବ୍ୟକ୍ତିବିଶେଷଙ୍କୁ ‘ପ୍ରଦ୍ୟୁମ୍ନ ବଳ ସେବା ସମ୍ମାନ’ ପ୍ରଦାନ କରିଥିଲେ। ସମ୍ମାନିତ ହୋଇଥିବା ମୟୂରଭଞ୍ଜର ଶରତ ଚନ୍ଦ୍ର ନାୟକଙ୍କୁ ଅଭିନନ୍ଦନ ଜଣାଇଥିଲେ। ଅନ୍ୟତମ ଅତିଥି ଭାବରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଯୋଗଦେଇଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ପ୍ରଦ୍ୟୁମ୍ନ ବଳ ମେମୋରିଆଲ ଟ୍ରଷ୍ଟର ଟ୍ରଷ୍ଟି ତଥା ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଅଧ୍ୟକ୍ଷତା କରି ଶ୍ରଦ୍ଧାସୁମନ ଅର୍ପଣ କରିବା ସହ କହିଥିଲେ, ୫୦ ବର୍ଷ ହୋଇଥିଲେ ମଧ୍ୟ ‘ପ୍ରଗତିବାଦୀ’ ପ୍ରଦ୍ୟୁମ୍ନ ବଳଙ୍କ ନୀତି ଆଦର୍ଶରୁ ବିଚ୍ୟୁତ ହୋଇନାହିଁ । ପ୍ରଗତିବାଦୀର ନିର୍ଦ୍ଦେଶିକା ଡ. ମୋନାଲିସା ବଳ ସ୍ବାଗତ ଅଭିଭାଷଣ ଦେଇଥିବା ବେଳେ ଅଧ୍ୟକ୍ଷା ଶାଶ୍ବତୀ ବଳ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟନିର୍ବାହୀ ସମ୍ପାଦକ ବିରୂପାକ୍ଷ ତ୍ରିପାଠୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri