ଓଡ଼ିଶାର ପରିବର୍ତ୍ତନକୁ ବିଶ୍ୱରେ ପ୍ରଶଂସା କରାଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ):ଆଜିର ବିକାଶ ପଥରେ ଓଡ଼ିଶା ବଡ଼ ଅଗ୍ରଗତି କରିଛି। ଓଡ଼ିଶାର ପରିବର୍ତ୍ତନକୁ ଦେଶ ତଥା ସାରା ବିଶ୍ୱରେ ପ୍ରଶଂସା କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ଆୟୋଜିତ ଦୈନିକ ଖବରକାଗଜ ‘ପ୍ରଗତିବାଦୀ’ର ସୁବର୍ଣ୍ଣ ଜୟନ୍ତୀ ତଥା ପ୍ରତିଷ୍ଠାତା ସ୍ବର୍ଗତ ପ୍ରଦ୍ୟୁମ୍ନ ବଳଙ୍କ ଶ୍ରାଦ୍ଧବାର୍ଷିକୀ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଆହୁରି କହିଥିଲେ ଯେ, ସମାଜର ସମସ୍ତ ସମସ୍ୟା ତଥା ଦୁର୍ବଳ ଶ୍ରେଣୀ ଲୋକମାନଙ୍କ ଅସୁବିଧା ସମ୍ପର୍କରେ କଲମ ଚାଳନା ସ୍ବର୍ଗତ ବଳଙ୍କୁ ନିର୍ଭୀକ ସାମ୍ବାଦିକ ଭାବେ ପରିଗଣିତ କରିପାରିଥିଲା। ଗାନ୍ଧୀବାଦର ପ୍ରଚାର ପ୍ରସାର ଦିଗରେ ତାଙ୍କର ଆଭିମୁଖ୍ୟ ତାଙ୍କ ଅବର୍ତ୍ତମାନରେ ମଧ୍ୟ ‘ପ୍ରଗତିବାଦୀ’ ବଜାୟ ରଖିପାରିଛି ବୋଲି କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧ଜଣ ବ୍ୟକ୍ତିବିଶେଷଙ୍କୁ ‘ପ୍ରଦ୍ୟୁମ୍ନ ବଳ ସେବା ସମ୍ମାନ’ ପ୍ରଦାନ କରିଥିଲେ। ସମ୍ମାନିତ ହୋଇଥିବା ମୟୂରଭଞ୍ଜର ଶରତ ଚନ୍ଦ୍ର ନାୟକଙ୍କୁ ଅଭିନନ୍ଦନ ଜଣାଇଥିଲେ। ଅନ୍ୟତମ ଅତିଥି ଭାବରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଯୋଗଦେଇଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ପ୍ରଦ୍ୟୁମ୍ନ ବଳ ମେମୋରିଆଲ ଟ୍ରଷ୍ଟର ଟ୍ରଷ୍ଟି ତଥା ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଅଧ୍ୟକ୍ଷତା କରି ଶ୍ରଦ୍ଧାସୁମନ ଅର୍ପଣ କରିବା ସହ କହିଥିଲେ, ୫୦ ବର୍ଷ ହୋଇଥିଲେ ମଧ୍ୟ ‘ପ୍ରଗତିବାଦୀ’ ପ୍ରଦ୍ୟୁମ୍ନ ବଳଙ୍କ ନୀତି ଆଦର୍ଶରୁ ବିଚ୍ୟୁତ ହୋଇନାହିଁ । ପ୍ରଗତିବାଦୀର ନିର୍ଦ୍ଦେଶିକା ଡ. ମୋନାଲିସା ବଳ ସ୍ବାଗତ ଅଭିଭାଷଣ ଦେଇଥିବା ବେଳେ ଅଧ୍ୟକ୍ଷା ଶାଶ୍ବତୀ ବଳ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟନିର୍ବାହୀ ସମ୍ପାଦକ ବିରୂପାକ୍ଷ ତ୍ରିପାଠୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri