‘ବିଶ୍ୱରେ ଓଡ଼ିଶା ଯୁବତୀଯୁବକଙ୍କ ଚାହିଦା ବଢ଼ିବ’

ଭୁବନେଶ୍ୱର,(ବ୍ୟୁରୋ)/ପୁରୀ ଅଫିସ/କୃଷ୍ଣପ୍ରସାଦ, ୬ା୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ୧୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ଆଇଟିଆଇରେ ଇଲେକ୍ଟ୍ରିସିଆନ, ଫିଟର, ଇଲେକ୍ଟ୍ରୋନିକସ୍‌ ମେକାନିକ ଓ ଡ୍ରେସ୍‌ ମେକିଂ ପରି ୪ଟି ଟ୍ରେଡ୍‌ରେ ତାଲିମ ଦେବାର ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଓ ଭବିଷ୍ୟତର ଶିଳ୍ପଗୁଡିକର ନିଯୁକ୍ତି ଚାହିଦାକୁ ଦେଖି ଏହି ତାଲିମ ବ୍ୟବସ୍ଥା କରାଯାଇଛି। ଆଗାମୀ ଦିନରେ ଆଉ ଅଧିକ ଟ୍ରେଡ୍‌ରେ ତାଲିମ ଦେବା ବ୍ୟବସ୍ଥା କରାଯିବ। ଏଥିରେ ଆଧୁନିକ ଲାବରେଟୋରି, ଓ୍ବାର୍କଶପ୍‌ ଓ ହଷ୍ଟେଲ ଆଦି ସମସ୍ତ ସୁବିଧା କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଶିଳ୍ପ କ୍ଷେତ୍ରରେ ବିକାଶ ହେବା ସହିତ ଦକ୍ଷ ଯୁବତୀ ଯୁବକଙ୍କ ଆବଶ୍ୟକତା ମଧ୍ୟ ରହିଛି। ଓଡ଼ିଶାରେ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ପିଲାମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ସ୍କିଲ୍ଡ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମକୁ ମିଶନ ମୋଡ୍‌ରେ କାର୍ଯ୍ୟକାରୀ କରାଯାଉଛି। ଏହାଦ୍ୱାରା ବିଶ୍ୱ ନିଯୁକ୍ତି ବଜାରରେ ଓଡ଼ିଶାର ପିଲାମାନଙ୍କ ଚାହିଦା ସବୁଠୁ ଅଧିକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସଫଳତା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ୧୨ ହଜାର ଆଇଟିଆଇ ମଧ୍ୟରୁ ଶ୍ରେଷ୍ଠ ୧୦୦ଟି ମଧ୍ୟରେ ଓଡ଼ିଶାର ୧୦ ଆଇଟିଆଇ ସ୍ଥାନ ପାଇଛି ଏହା ଗୌରବର କଥା। ଓଡ଼ିଶାର ପିଲାମାନେ ଜାତୀୟ ଓ ଅନ୍ତର୍ଜାତୀୟ ଦକ୍ଷତା ପ୍ରତିଯୋଗିତାରେ ଉନ୍ନତ ପ୍ରଦର୍ଶନ କରି ଓଡ଼ିଶା ପାଇଁ ସୁନାମ ଆଣୁଛନ୍ତି। ଆଗାମୀ ଦିନରେ ମଧ୍ୟ ରାଜ୍ୟର ପିଲାମାନେ ଏଭଳି ସଫଳତାର ଧାରା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା କହିଥିଲେ, କୃଷ୍ଣପ୍ରସାଦ ଅଞ୍ଚଳ ଚିଲିକା ଓ ସମୁଦ୍ର ମଧ୍ୟରେ ୧୪ ପଞ୍ଚାୟତର ଏକ ଦୁର୍ଗମ ଅଞ୍ଚଳ। ମୁଖ୍ୟମନ୍ତ୍ରୀ ଏହି ଅଞ୍ଚଳର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ଆଇଟିଆଇ ସ୍ଥାପନ ଦ୍ୱାରା ଏହି ଅଞ୍ଚଳରେ ଶିକ୍ଷା ଓ ତାଲିମ କ୍ଷେତ୍ରରେ ଏକ ନୂଆ ଦିଗନ୍ତ ଆରମ୍ଭ ହୋଇଛି । ଏହାଦ୍ୱାରା ସ୍ଥାନୀୟ ଅଞ୍ଚଳର ପିଲାମାନେ ଶିକ୍ଷା ଓ ତାଲିମ ପ୍ରତି ଆକୃଷ୍ଟ ହେବେ ବୋଲି ମତ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରି କହିଥିଲେ, ରାଜ୍ୟରେ ଗ୍ରୀନ୍‌ କ୍ୟାମ୍ପସ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। ତେଣୁ ଆଇଟିଆଇ କ୍ୟାମ୍ପସରେ ଅଧିକ ଗଛ ଲଗାଇ ଏହାକୁ ସବୁଜ ସୁନ୍ଦର କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ପୁରୀ ଜିଲାପାଳ ସମର୍ଥ ବର୍ମା ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri