ବିଶ୍ୱ ସଂସ୍କୃତି ମହୋତ୍ସବରେ ଓଡ଼ିଶୀନୃତ୍ୟ ପ୍ରଶଂସିତ

କଟକ,୪ା୧୦ (କାର୍ତ୍ତିକ ସାହୁ)ୱାଶିଂଟନ ଡିସିସ୍ଥିତ ନ୍ୟାଶନାଲ ମଲ୍‌ଠାରେ ୩ ଦିନିଆ ବିଶ୍ୱ ସଂସ୍କୃତି ମହୋତ୍ସବ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୮୦ ଦେଶର ଲୋକମାନେ ଯୋଗ ଦେଇଥିଲେ। ନୃତ୍ୟ, ସଙ୍ଗୀତ, ଧ୍ୟାନ ଏବଂ ସଂସ୍କୃତି ମାଧ୍ୟମରେ ମାନବ ବିବିଧତାକୁ ପାଳନ କରି ଭାଇଚାରା ବିଷୟରେ ଏକ ବାର୍ତ୍ତା ପଠାଇବା ଲକ୍ଷ୍ୟରେ ଏହି ମହୋତ୍ସବ ହୋଇଥିଲା। ୧୮୦ ଦେଶର ୧୭,୦୦୦ରୁ ଊର୍ଦ୍ଧ୍ୱ କଳାକାର ୫୧ଟି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏଠାରେ ପରିବେଷିତ ଓଡ଼ିଶୀ ନୃତ୍ୟରେ ଭାରତର ୨୦୦ରୁ ଊର୍ଦ୍ଧ୍ୱ ନୃତ୍ୟଶିଳ୍ପୀ ଅଂଶଗ୍ରହଣ କରିଥିଲେ। ଏହି ନୃତ୍ୟ ବିଶ୍ୱର ୧ ମିଲିୟନରୁ ଅଧିକ ଲୋକଙ୍କ ଦ୍ୱାରା ପ୍ରଶଂସିତ ହୋଇଛି। ସେହିପରି ଲିଙ୍କନ ମେମୋରିଆଲରେ ଗୁରୁ ଶ୍ରୀଶ୍ରୀ ରବିଶଙ୍କରଙ୍କ ସହ ଯୋଗ, ନିଃଶ୍ୱାସ ଏବଂ ଧ୍ୟାନ ଅଧିବେଶନ ପାଇଁ ପ୍ରାୟ ୧୦୦୦ ଯୋଗ ଉତ୍ସାହୀ ସାମିଲ ହୋଇଥିଲେ। ଏଠାରେ ଭାରତୀୟ ସଂସ୍କୃତି ବହୁ ଭାବରେ ଆଦୃତ ହୋଇଥିଲା। ଓଡ଼ିଶୀ, ଭାରତନାଟ୍ୟମ, କଥକ, କୁଚିପୁଡ଼ି ଏବଂ ମୋହିନୀଆଟମ ସମେତ ସୀତାର, ବୀଣା, ତବଲା, ମୃଦଙ୍ଗ, ବଂଶୀ ବଜାଉଥିବା ୫ଟି ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଫର୍ମ ମାଧ୍ୟମରେ ପଞ୍ଚାବୁଥମ ପ୍ରଦର୍ଶିତ ହୋଇଥିଲା। ଭାରତର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍‌. ଜୟଶଙ୍କର, ଲୋକ ସଭାର ପୂର୍ବତନ ବାଚସ୍ପତି ସୁମିତ୍ରା ମହାଜନ, ଆମେରିକାର ସର୍ଜନ ଜେନେରାଲ ଡ. ବିବେକ ମୂର୍ତ୍ତି, ଜାତିସଂଘର ପୂର୍ବତନ ଡେପୁଟି ସେକ୍ରେିଟାରି ଜେନେରାଲ ତଥା ୟୁଏନ୍‌ପିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri