ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍‌ଡିଂ ଉଦ୍‌ଘାଟିତ

ଭୁବନେଶ୍ୱର, ୧୯।୧୦(ଅସମାପିକା ସାହୁ)ଓଡ଼ିଶା ସ୍ବାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ କୋଠାର ପୁନରୁଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଏଥିସହ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବିଲ୍‌ଡିଂର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ବିଶ୍ୱବିଦ୍ୟାଳୟର କାର୍ଯ୍ୟର ସୁପରିଚାଳନା ପାଇଁ ଇ-ଅଫିସ୍‌ ଉଦ୍‌ଘାଟିତ ହେବା ସହ ପ୍ରଥମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି।
‘ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଆଇନ’ ବିଧାନସଭାରେ ପାରିତ ହୋଇଥିଲା। ୨୦୨୩ ମାର୍ଚ୍ଚ ୫ରୁ ଏକାମ୍ର କ୍ଷେତ୍ର ଶିଶୁଭବନ ଛକରେ ଅସ୍ଥାୟୀ କ୍ୟାମ୍ପସର କାର୍ଯ୍ୟ ଆରମ୍ଭ ହୋଇଥିଲା। ରାଜ୍ୟରେ ମେଡିକାଲ ଏବଂ ସହଯୋଗୀ ସ୍ବାସ୍ଥ୍ୟବିଜ୍ଞାନ ପାଠ୍ୟକ୍ରମକୁ ଶୃଙ୍ଖଳିତ କରିବା ପାଇଁ ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୪୨ଟି ସ୍ବାସ୍ଥ୍ୟ ଶିକ୍ଷାନୁଷ୍ଠାନ ଏହି ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହେବା ସଙ୍ଗେ ସଙ୍ଗେ ଏମ୍‌ବିବିଏସ୍‌ ପାଠ୍ୟକ୍ରମ ସହିତ ଅନ୍ୟାନ୍ୟ ପାଠ୍ୟକ୍ରମରେ ଛାତ୍ରୀଛାତ୍ରଙ୍କ ନିମନ୍ତେ ଶିକ୍ଷାଦାନ ଆରମ୍ଭ ହୋଇଛି। ୨୦୨୩-୨୪ ଏକାଡେମିକ୍‌ ସେସନ୍‌ରୁ ଏମ୍‌ବିବିଏସ୍‌, ଏମ୍‌ଡି, ଏମ୍‌ଏସ୍‌, ଡିଏମ୍‌, ଏମ୍‌ସିଏଚ୍‌, ବିଡିଏସ୍‌, ଏମ୍‌ଡିଏସ୍‌, ବିଏଏମ୍‌ଏମ୍‌, ବିଏଚ୍‌ଏମ୍‌ଏସ୍‌, ବିଏସ୍‌ସି ନର୍ସିଂ, ଏମ୍‌ଏସ୍‌ସି ନର୍ସିଂ, ବିପିଟି, ଏମ୍‌ପିଟି, ବିଏମ୍‌ଏଲ୍‌ଟି, ବିଏମ୍‌ଆର୍‌ଟି, ବିଇଏମ୍‌ଟି, ବିଓଟିଟି, ବିଏଟି, ବିଓ, ବିଓଟି, ଏମ୍‌ଓଟି, ବି. ଫାର୍ମ, ଏମ୍‌. ଫାର୍ମ ଇତ୍ୟାଦି ନିର୍ଦ୍ଧାରିତ ନିୟମାବଳୀ ଏବଂ ପାଠ୍ୟକ୍ରମ ଅଧୀନରେ ପରିଚାଳିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଦୂରଦୃଷ୍ଟି ତଥା ରାଜ୍ୟ ସରକାରଙ୍କ ଆନ୍ତରିକ ଉଦ୍ୟମ ଯୋଗୁଁ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହୋଇପାରିଛି ବୋଲି କୁଳପତି ପ୍ରଫେସର ଦତ୍ତେଶ୍ୱର ହୋତା କହିବା ସହ କୃତଜ୍ଞତା ଜଣାଇଛନ୍ତି। ଏହି ଅବସରରେ ସ୍ବାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ, ବିଧାୟକ ଡ. ନୃସିଂହ ଚରଣ ସାହୁ ଏବଂ ଡ. ପ୍ରମୋଦ କୁମାର ମଲ୍ଲିକ ଏବଂ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ସାଇଦତ୍ତ ବିପ୍ଳବ କୁମାର ପ୍ରଧାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri