Posted inଜାତୀୟ

ଆରପାରିରେ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ଗୁରୁ ମାୟାଧର ରାଉତ: ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୨।୨: ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ଗୁରୁ ମାୟାଧର ରାଉତ ଶନିବାର ସକାଳେ ନୂଆଦିଲ୍ଲୀସ୍ଥିତ ବାସଭବନରେ ଦେହନ୍ତେ ହୋଇଛି। ୯୫ବର୍ଷ ବୟସରେ ନୃତ୍ୟଗୁରୁ ମାୟାଧର ରାଉତଙ୍କ ଦେହାନ୍ତ ହୋଇଛି । ସେ ବାର୍ଦ୍ଧକ୍ୟ ରୋଗରେ ପୀଡିତ ହୋଇ ମୃତ୍ୟୁବରଣ କରିଛନ୍ତି। ଏ ନେଇ ତାଙ୍କ ପୁଅ ମନୋଜ ରାଉତ ସୂଚନା ଦେଇଛନ୍ତି। ଓଡିଶୀ ନୃତ୍ୟ ପ୍ରତି ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ମଧ୍ୟ ସେ ସମ୍ମାନିତ ହୋଇଥିଲେ । ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦିଗରେ ମାୟାଧର ପ୍ରୟାସ କରିଥିଲେ । ତାଙ୍କ ବିୟୋଗରେ ଶୋକବ୍ୟକ୍ତ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଛନ୍ତି।

ସୋସିଆଲ ମିଡିଆ ଏକ୍ସରେ ଶୋକବ୍ୟକ୍ତ କରି ସେ ଲେଖିଛନ୍ତି, ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ଗୁରୁ ମାୟାଧର ରାଉତ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଶୀକୁ ଶାସ୍ତ୍ର ଭିତ୍ତିକ ଜ୍ଞାନରେ ପୁନର୍ଜୀବିତ କରିବାରେ ସେ ଅଗ୍ରଣୀ ଦାୟିତ୍ୱ ତୁଲାଇଥିଲେ । ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶୀ ନୃତ୍ୟର ଗରିମା ତଥା ଓଡ଼ିଶାର ଅଭିନୟ ଶବ୍ଦକୋଷକୁ ସମୃଦ୍ଧ କରିବାରେ ତାଙ୍କର ଜୀବନବ୍ୟାପୀ ଅବଦାନ ଚିର ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

ମୋଦିଙ୍କୁ ପ୍ରଶଂସାରେ ପୋତିଲା ପାକିସ୍ତାନର ବନ୍ଧୁ ଦେଶ: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ’ ଏବେ କହୁଛନ୍ତି…

ନୂଆଦିଲ୍ଲୀ,୧୦।୬: ନରେନ୍ଦ୍ର ମୋଦି ସ୍ବାଧୀନ ଭାରତର ଇତିହାସରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସର୍ବାଧିକ ଦୀର୍ଘ ଦିନ ଧରି ରହିବାର ରେକର୍ଡ ସ୍ଥାପନ କରିଥିଲେ। ଏହି ଐତିହାସିକ ସଫଳତା…

ମୋହନ ସରକାରଙ୍କ ବଡ଼ ଘୋଷଣା, ସରକାରୀ କର୍ମଚାରୀଙ୍କ ୨ଟି ପିଲା ଥିଲେ…

ଭୋପାଳ,୧୦।୬: ସରକାରୀ କର୍ମଚାରୀ ଏବଂ ଚାକିରି ଆଶାୟୀମାନଙ୍କ ପାଇଁ ଏକ ବଡ଼ ଖବର ଆସିଛି: ସେମାନେ ଆଉ “ଦୁଇ ସନ୍ତାନ” ନିୟମର ଅଧୀନରେ ରହିବେ ନାହିଁ। ମଧ୍ୟପ୍ରଦେଶ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ଜଳୁଛି ଜଙ୍ଗଲ: ବନ୍ୟଜନ୍ତୁ ଗାଁ ମୁହାଁ

ମାଲକାନଗିରି,୧୦।୬: ମାଲକାନଗିରି ସଦର ମହକୁମାର ନିକଟ ଜଙ୍ଗଲରେ ନିଆଁ ଲାଗିଯାଇଛି। ନିଆଁ ମଙ୍ଗଳବାରଠାରୁ ଲାଗିଥିବା ବେଳେ ଏହାକୁ ଆୟତ୍ତ କରାଯାଇନାହିଁ। ଫଳରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି।…

କଂଗ୍ରେସରେ ମିଶିଯିବ TMC? ରାହୁଲଙ୍କୁ ଭେଟିଲେ… ରାଜନୀତିରେ ବଡ଼ ହଲଚଲ!

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଖିନ୍‌ଭିନ୍‌ ହେଉଥିବା ପରି ମନେ ହେଉଛି, ଦଳର ନେତାମାନେ ତୁରନ୍ତ ଇସ୍ତଫା ଦେଉଛନ୍ତି। ଏହା…

ଦିଦିଙ୍କୁ ଝଟ୍‌କା ପରେ ଝଟ୍‌କା: ପୁଣି ଏମ୍‌ପି ଦେଲେ ଇସ୍ତଫା

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି)କୁ ଆଉ ଏକ ଝଟକା ଲାଗିଛି। ଏମ୍‌ପି ସୁସ୍ମିତା ଦେବ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ଆସାମ ମୁଖ୍ୟମନ୍ତ୍ରୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି: ଦୀପ ଲଗାଇ ସ୍ବତନ୍ତ୍ର ପୂଜା, ପ୍ରାର୍ଥନା କଲେ ବିଧାୟକଙ୍କ ସହିତ ଶହ ଶହ ନେତା, କର୍ମୀ

ଛତ୍ରପୁର,୧୦।୬ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଅଗ୍ରାହରମ ସାହି ସ୍ଥିତ ଶ୍ରୀ ଶ୍ରୀ ଗୌରୀଶଙ୍କର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri