ସିତାର ସାଙ୍ଗକୁ ଓଡ଼ିଶୀର ମୂର୍ଚ୍ଛନା

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ଯନ୍ତ୍ର ସଙ୍ଗୀତ ସୀତାର ବାଦନ ସାଙ୍ଗକୁ ଓଡ଼ିଶୀ ସଙ୍ଗିତର ମୂର୍ଚ୍ଛନାରେ ମୁଖରିତ ହୋଇଥିଲା ରାଜାରାଣୀ ମନ୍ଦିର ପ୍ରାଙ୍ଗଣ। ଅବସର ଥିଲା ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା। ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୂକୁଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ଆୟୋଜିତ ଏହି ମହୋତ୍ସବକୁ ବହୁସଂଖ୍ୟାରେ ଦର୍ଶକ ଉପଭୋଗ କରିଥିଲେ। ସନ୍ଧ୍ୟାର ପ୍ରଥମ ପ୍ରସ୍ତୁତି ଥିଲା ବିଖ୍ୟାତ ଗାୟକ ତଥା ଓଡ଼ିଶୀ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରାମହରି ଦାସ ଓ ସାଥୀଙ୍କ ଦ୍ୱାରା ଓଡ଼ିଶୀ ସଙ୍ଗୀତ ପରିବେଷଣ। ଶେଷରେ କବି ବିଶ୍ୱନାଥ ଖୁଣ୍ଟିଆଙ୍କ ରଚନାରେ ଛାନ୍ଦ ଆହା ଧନୁର୍ଦ୍ଧର ବୀର ପରିବେଷିତ ହୋଇଥିଲା। ସୁନ୍ଦର ଓ ନିଖୁଣ ରାଗ ବିସ୍ତାର, ଆଳଙ୍କାରିକ ସର୍ଜନା ସାବଲୀଳ ଓ ଭାବୋଦ୍ଦୀପକ ପରିବେଷଣ ଦ୍ୱାରା ଗୁରୁ ରାମହରି ଦାସ ଓ ସାଥୀ ଶ୍ରୋତାଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ। ମର୍ଦ୍ଦଳରେ ଗୁରୁ ନିରଞ୍ଜନ ପାତ୍ର, ହାରମୋନିୟମ୍‌ରେ ଅଜୟ କୁମାର ଦାଶ ଏବଂ ତାନପୁରା ଓ କଣ୍ଠରେ ମାତୃ ପ୍ରସାଦ ଦାସ ଓ ସୃଷ୍ଟି ସ୍ବରୂପା ମିଶ୍ର ସହଯୋଗ କରିଥିଲେ। ଦ୍ୱିତୀୟ ପ୍ରସ୍ତୁତି ଥିଲା ସିତାର ବାଦନ। ବିଖ୍ୟାତ ସିତାର ବାଦକ ପଣ୍ଡିତ ପୁରବାୟାନ ଚାଟାର୍ଜୀଙ୍କ ସିତାର ବାଦନ ଉପସ୍ଥିତ ଶ୍ରୋତାଙ୍କୁ ବେଶ୍‌ କିଛି ସମୟ ଧରି ବାନ୍ଧି ରଖିଥିଲା। ପ୍ରଥମେ ସେ ରାଗ ପୁରିଆ କଲ୍ୟାଣ ସହିତ ବିଭିନ୍ନ ତାଳ ଓ ରାଗ ସମନ୍ବୟରେ ସୀତାର ବାଦନ କରିଥିଲେ। ତବଲାରେ ଓଜସ ଆଢିଆ ସହଯୋଗ କରିଥିଲେ। ଅତିଥିଭାବେ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଚିବ ପ୍ରବୋଧ କୁମାର ରଥ ଯୋଗଦେଇଥିଲେ। ଡ. ସଙ୍ଗୀତା ଗୋସାଇଁ ଏବଂ ଅନୁଜା ତାରିଣୀ ମିଶ୍ର କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri