୪ ରାଜ୍ୟ ମଧ୍ୟରେ ଓଡ଼ିଆ ଛାତ୍ର ଟପ୍ପର

ବିଞ୍ଝାରପୁର,୨୭ା୬(ଡି.ଏନ୍‌.ଏ.): ସାଧାରଣ ଆଇନ ପ୍ରବେଶିକା ପରୀକ୍ଷା (ସିଏଲ୍‌ଏଟି) ୨୦୨୨ରେ ଓଡ଼ିଆ ଛାତ୍ର ଅନମୋଲ ସାଇ ଓଡ଼ିଶାର ଟେକ ରଖିଛନ୍ତି। ସେ ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାର ଆଦି ୪ ରାଜ୍ୟରେ ଟପ୍ପର ହୋଇଥିବାବେଳେ ଜାତୀୟ ସ୍ତରରେ ୩୯ ର଼୍ୟାଙ୍କରେ ରହିଛନ୍ତି। ସେ ହେଉଛନ୍ତି ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅରେଇ ବରହମପୁର ଗ୍ରାମର ରାଜୀବ ମହାନ୍ତି ଓ ମମତା ସାମଲଙ୍କ ପୁଅ। ଭବିଷ୍ୟତରେ ଜଣେ କର୍ପୋରେଟ୍‌ ଆଡ୍‌ଭୋକେଟ ହେବାକୁ ଲକ୍ଷ୍ୟ ରଖିତ୍ଥିବା ଅନମୋଲ ତାଙ୍କ ସଫଳତା ପାଇଁ ମା’ବାପା ଏବଂ ଶିକ୍ଷକଙ୍କୁ ଶ୍ରେୟ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଅନମୋଲଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ସେହିପରି ସ୍ଥାନୀୟ ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ବିଞ୍ଝାରପୁର ବ୍ଲକ ଅଧ୍ୟକ୍ଷା ରଞ୍ଜିତା କୁମାରୀ ଦାସ, ବରୁଣେଶ୍ୱର ଉନ୍ନୟନ କମିଟି ସଭାପତି ହେମେନ୍ଦ୍ର ସାମଲ, ପୂର୍ବତନ ସମିତି ସଭ୍ୟ ସମୀର କୁମାର ଜେନା, ଯୁବନେତା ଗୋବିନ୍ଦ ଯେନା ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri